ଆସନ୍ତା ୮ରେ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ; ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା

ଆସନ୍ତା ୮ ତାରିଖରେ ଦକ୍ଷିଣ ବାଂଲାଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ । ୭ ତାରିଖରେ କେନ୍ଦୁଝର, ସମ୍ବଲପୁର ଓ ସୁନ୍ଦରଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଆସନ୍ତା ୨୪ ଘଣ୍ଟା ପାଇଁ ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

୮ ତାରିଖରେ କେନ୍ଦୁଝର ଓ ସୁନ୍ଦରଗଡ଼ରେ ଭାରୀ ବର୍ଷା ହୋଇପାରେ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୯, ୧୦ ଏବଂ ୧୧ ତାରିଖରେ ଉତ୍ତର ଓଡ଼ିଶା, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏନେଇ ଆସନ୍ତା ୧୧ ଯାଏ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ‌ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+