Get Updates
Get notified of breaking news, exclusive insights, and must-see stories!

ବାତ୍ୟା ‘ମିଗଜୋମ': ଆସନ୍ତା 24 ଘଣ୍ଚାରେ ନେବ ବାତ୍ୟା ରୂପ, ଓଡ଼ିଶା ଉପରେ କଣ ରହିବ ପ୍ରଭାବ ?

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଶୁକ୍ରବାର ମଧ୍ୟରାତ୍ରରେ ପଶ୍ଚିମ-ଉତ୍ତର-ପଶ୍ଚିମ ପ୍ରାନ୍ତକୁ ଗତିଶୀଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ପରେ ଆସନ୍ତା 24 ଘଣ୍ଟାରେ ଡିସେମ୍ବର 3 ତାରିଖ ସୁଦ୍ଧା ବାତ୍ୟା ରୂପ ନେବ । ବାତ୍ୟା ମିଚାଉଙ୍ଗ୍ ଏହା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସାମୁଦ୍ରିକ ବାତ୍ୟା ପାଲଟିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ।

cyclone michaung

ଏହା ଘଣ୍ଟା ପ୍ରତି 80 ରୁ 90 କିଲୋମିଟର୍‌ ବେଗରେ ପ୍ରବାହିତ ହୋଇ ପ୍ରବଳ ବର୍ଷା ସହିତ ଡିସେମ୍ବର 5 ତାରିଖ ସନ୍ଧ୍ୟା ସୁଦ୍ଧା ଆନ୍ଧ୍ରପ୍ରଦେଶର ଉପକୂବର୍ତ୍ତୀ ଅଞ୍ଚଳ ନେଲୁର୍ ଓ ମଛଲିପଟ୍ଟନମ୍ ମଧ୍ୟରେ ସ୍ଥଳଭାଗକୁ ପ୍ରବେଶ କରିବ ।

ବାତ୍ୟା ପ୍ରଭାବରେ ଆସନ୍ତାକାଲି ଠାରୁ 7 ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । 5 ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ । ସେହିପରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ 5 ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ହୋଇଛି । ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଏବଂ କୋରାପୁଟରେ 70-200 ମିଲିମିଟର ବର୍ଷିବା ନେଇ ଚେତାବନୀ ଦିଆଯାଇଛି । ସବୁ ବନ୍ଦରକୁ 1 ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ଏଥିପାଇଁ 7 ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

4 ତାରିଖରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି 5 ତାରିଖରେ ରାଜ୍ୟର ଅନେକ ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ନବରଙ୍ଗପୁର ଓ କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଏହା ପରେ 6 ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଦକ୍ଷିଣ ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବାକି ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ, ଉତ୍ତର ଉପକୂଳ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ର ଜିଲ୍ଲାଗୁଡିକର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । 7 ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର ଜିଲ୍ଲା ଏବଂ ଅବଶିଷ୍ଟ କେନ୍ଦୁଝର ଜିଲ୍ଲାର ଅନେକ ସ୍ଥାନରେ, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+