ଜାରି ରହିଛି ବାତ୍ୟା ମିଗଜୋମର ଲ୍ୟାଣ୍ଡଫଲ ପ୍ରକ୍ରିୟା; ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା
ଜାରି ରହିଛି ବାତ୍ୟା ମିଗଜୋମର ଲ୍ୟାଣ୍ଡଫଲ ପ୍ରକ୍ରିୟା । ଆନ୍ଧ୍ର ପ୍ରଦେଶରେ ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁରେ ପ୍ରବଳ ବର୍ଷା ହୋଇଛି । ସେହିପରି ରାଜ୍ୟରେ ବର୍ଷା ଜାରି ରହିଛି । ମାଲକାନଗିରି, ଗଜପତି, ରାୟଗଡା, ଝାରସୁଗୁଡା, ସମ୍ବଲପୁରରେ ବର୍ଷା ହୋଇଛି ।
ଆସନ୍ତାକାଲି ପର୍ଯ୍ୟନ୍ତ କୋହଲା ପାଗ ଜାରି ରହିବ । ବାତ୍ୟା ମିଗଜୋମର ପ୍ରଭାବରେ ଜିଲ୍ଲାରେ ସାମାନ୍ୟ ବର୍ଷା ଓ କୋହଲା ପାଗ ସାଂଗକୁ ଆକାଶ ମେଘାଚ୍ଛନ୍ନ ରହିଛି । ସମୁଦ୍ର ମଧ୍ୟରେ ୩୫ରୁ ୪୫ କିଲୋମିଟର ବେଗରେ ପବନ ବହିବ । ଓଡ଼ିଶାରେ ବାତ୍ୟାର ପ୍ରଭାବ ନହେଲେ ମଧ୍ୟ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି ।
ବାତ୍ୟା ମିଗଜୋମ ସ୍ଥଳଭାଗ ମୁହାଁ ହବାପରେ ମାଲକାନଗିରି, କୋରାପୁଟଓ ରାୟଗଡା ଜିଲ୍ଲା ଗୁଡିକୁ ୟେଲୋ ୱାର୍ନିଂ ସୂଚନା ଦେଇଛି ପାଣିପାଗ ବିଭାଗ । ଏହାକୁ ନେଇ ମାଲକାନଗିରି ଜିଲ୍ଲା ପ୍ରଶାସନ ସମସ୍ତ ପ୍ରାକ ପ୍ରସ୍ତୁତି ସାରି ସଜାଗ ରହିଥିବା ସୂଚନା ଦେଇଛନ୍ତି ଅତିରିକ୍ତ ଜିଲ୍ଲାପାଳ ।

ଆଜି ରାଜ୍ୟର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦିଆଯାଇଛି । ତିନୋଟି ଜିଳ୍ଲାକୁ ଅରେଞ୍ଜ ଓ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା ରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ୮ଟି ଜିଲ୍ଲାରେ ବର୍ଷା ନେଇ ଜାରି ହୋଇଛି ୟୋଲୋ ୱାର୍ଣ୍ଣିଂ ।
ଏହି ବାତ୍ୟାରେ ଏପର୍ଯ୍ୟନ୍ତ ୯ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। 'ମିଗଜୋମ'ର ପ୍ରଭାବ ଓଡ଼ିଶାରେ ସେତେଟା ପଡି ନ ଥିଲେ ମଧ୍ୟ କେତେକ ଜିଲାରେ ମଧ୍ୟ ବର୍ଷା ଲାଗି ରହିଛି ।
ଆନ୍ଧ୍ର ଉପକୂଳ ବାପଟଲାରେ ସ୍ଥଳଭାଗ ଛୁଇଁଲା ମିଗଜୋମ । ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ରହିଛି । ସର୍ବାଧିକ ୧୧୦ କିଲୋମିଟର ପର୍ଯ୍ୟନ୍ତ ପବନର ଝଟକା ଲାଗିପାରେ ।
ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲ୍ଲାରେ ଆସନ୍ତାକାଲି ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ୬ତାରିଖ ଯାଏଁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।
-
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଲେ ଜମ୍ମୁ କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଳା, ଅଭିଯୁକ୍ତ ଗିରଫ -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ବଡ଼ ଆଶ୍ବସ୍ତି, ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ଯିବାକୁ ଭାରତ ଜାହାଜକୁ ଅନୁମତି -
ଗ୍ୟାସ ସଙ୍କଟ ଆତଙ୍କ; ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ କହିଲେ ଗୁଜବରେ ବିଶ୍ୱାସ କର ନାହିଁ -
ଆସନ୍ତାକାଲି ଦୁଇଦିନିଆ ଗସ୍ତରେ ଆସାମ ଯିବେ ପ୍ରଧାନମନ୍ତ୍ରୀ,ପିଏମ୍ କିଶାନ ଯୋଜନାରେ ୧୮.୬୪୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା....











Click it and Unblock the Notifications