ସୃଷ୍ଟି ହେଲା ବାତ୍ୟା ' ମିଗଜୋମ': ୫ରେ ଉପକୂଳ ଛୁଇଁବ, ପ୍ରବଳ ଭିଜିବ ଓଡିଶା
ସୃଷ୍ଟି ହେଲା ବାତ୍ୟା ମିଗଜୋମ । ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ମିଗଜୋମ ସୃଷ୍ଟି ହୋଇଛି । ବାତ୍ୟା 'ମିଗଜୋମ'ରେ ପରିଣତ ହେଲା ଗଭୀର ଅବପାତ । ଘଣ୍ଟା ପ୍ରତି ୬ କିମି ବେଗରେ ଉତ୍ତରପଶ୍ଚିମ ଆଡ଼କୁ ଗତି କରୁଛି ଅବପାତ । ପୁଡୁଚେରୀ ଠାରୁ ୩୦୦ ଓ ଚେନ୍ନାଇ ଠାରୁ ୩୧୦ କିମି ଦୂରରେ ବାତ୍ୟା ।
କାଲି ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳ ପହଞ୍ଚିବ ବାତ୍ୟା । ୫ ପୂର୍ବାହ୍ନରେ ନେଲୋର ଓ ମଛଲିପଟ୍ଟନମ ଉପକୂଳ ଛୁଇଁବ ବାତ୍ୟା। ଲ୍ୟାଣ୍ଡଫଲ୍ ବେଳେ ପବନର ସର୍ବାଧିକ ବେଗ ୧୦୦ କିମି ରହିବ ।
୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ସବୁ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା।

ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଓ କୋରାପୁଟରେ ୭୦ରୁ ୨୦୦ ମିଲିମିଟର ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ପୁରୀକୁ ଦିଆଯାଇଛି ୟେଲୋ ଆଲର୍ଟ ।
୪, ୫ ଏବଂ ୬ ତାରିଖରେ ବର୍ଷା ପରିମାଣ ବଢ଼ିବ। ଏହି ତିନିଦିନ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ସତର୍କ ସୂଚନା କରାଯାଇଛି । ୪ରେ ଗଜପତି, ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁରର କିଛି ଅଞ୍ଚଳରେ ଘଣ୍ଟା ପ୍ରତି ପବନର ବେଗ ୩୫ରୁ ୪୫କି.ମି ବହିପାରେ । ୫ରେ ପବନର ବେଗ ବୃଦ୍ଧି ପାଇପାରେ । ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ୪୦ରୁ ୫୦କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି ।
ଅମଳ ଉପଯୋଗୀ ଧାନ, ମାଣ୍ଡିଆ ଓ କପା ଆଦି ଫସଲକୁ ଅମଳ କରି ଯଥାସମ୍ଭବ ସୁରକ୍ଷିତ ସ୍ଥାନରେ ସାଇତି ରଖିବା ପାଇଁ ପରାମର୍ଶ ଦିଆଯାଇଛି । 'ଆମ କୃଷି' ପଞ୍ଜୀକୃତ ଚାଷୀମାନଙ୍କୁ ଆଇଭିଆର୍ଏସ୍ରେ ବାର୍ତ୍ତା ପଠାଇ ସଚେତନ କରାଯାଇଛି ।
ସେହିପରି ସମ୍ଭାବ୍ୟ ବାତ୍ୟା ପାଇଁ ୫୪ଟି ଟ୍ରେନ୍ ବାତିଲ କରାଯାଇଛି ।
ବାତ୍ୟା 'ମିଚାଉଙ୍ଗ' ପାଇଁ ରେଳ ଚଳାଚଳରେ ପରିବର୍ତ୍ତନ କରିଛି ପୂର୍ବତଟ ରେଳପଥ । ଭୁବନେଶ୍ବରରୁ ଛାଡୁଥିବା ୧୨ଟି ଟ୍ରେନ୍ ବାତିଲ । ସେହିପରି ଭୁବନେଶ୍ବର ଦେଇ ଯାଉଥିବା ୪୨ଟି ଟ୍ରେନ୍ ବାତିଲ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications