Get Updates
Get notified of breaking news, exclusive insights, and must-see stories!

ବଳ ଗୋଟାଉଛି ବାତ୍ୟା ମିଗଜୋମ, ଆଜି ଠୁ ପ୍ରବଳ ବର୍ଷିବ, ଓଡିଶା ଉପରେ ରହିବ କଣ ପ୍ରଭାବ...

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ରବିବାର ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେଇଛି । ରବିବାର ସନ୍ଧ୍ୟା ସୁଦ୍ଧା ଏହା ପୁଡୁଚେରୀଠାରୁ ପ୍ରାୟ 240 କି.ମି. ପୂର୍ବ, ଚେନ୍ନାଇଠାରୁ 210 କି.ମି. ପୂର୍ବ-ଦକ୍ଷିଣ-ପୂର୍ବ, ନେଲ୍ଲୋରଠାରୁ 330 କି.ମି. ଦକ୍ଷିଣ-ଦକ୍ଷିଣ ପୂର୍ବ ଏବଂ ମଛଲିପଟନମ୍‌ଠାରୁ 450 କି.ମି. ଦକ୍ଷିଣ-ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ଏହା ଘଣ୍ଟା ପ୍ରତି 8 କି.ମି. ବେଗରେ ଆଗକୁ ବଢ଼ୁଛି ।

cyclone

ସୋମବାର ଅପରାହ୍ନ ବେଳକୁ ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ପାର୍ଶ୍ବବର୍ତ୍ତୀ ଉତ୍ତର ତାମିଲନାଡୁ ଉପକୂଳ ନିକଟତର ହେବ । ମଙ୍ଗଳବାର ପୂର୍ବାହ୍ନ ବେଳକୁ ବାତ୍ୟାଟି ଅତି ଭୀଷଣ ବାତ୍ୟାର ରୂପ ନେଇ ନେଲୋର ଏବଂ ମଚ୍ଛଲିପଟନମ୍ ନିକଟରେ ବାତ୍ୟା ମିଗଜୋମ୍ ଲ୍ୟାଣ୍ଡଫଲ୍ କରିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲ୍ୟାଣ୍ଡଫଲ ସମୟରେ ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି 90-100 କିଲୋମିଟର ବେଗରେ ପବନ ବହିବ । ବାତ୍ୟା ପ୍ରଭାବରେ ଓଡ଼ିଶାରେ ଆଜିଠୁ ବର୍ଷା ହେବ । କିଛି ଜିଲ୍ଲାରେ ହାଲୁକା ଏବଂ କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଆଜି ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ମଙ୍ଗଳବାରରେ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର ଅଧିକାଂଶ ଜିଲାରେ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଅନ୍ୟପକ୍ଷରେ 4 ତାରିଖ ରୁ 5 ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ । ତେଣୁ 5 ତାରିଖ ପର୍ଯ୍ୟନ୍ତ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଗଭୀର ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ଏଥିସହ 6 ତାରିଖ ପର୍ଯ୍ୟନ୍ତ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ସହ ଓଡ଼ିଶା ଉପକୂଳ ଅଞ୍ଚଳକୁ ସତର୍କତା ଜାରି ହୋଇଛି ।

ସେହିଭଳି ବାତ୍ୟା କ୍ଷେତ୍ରରେ ଛିଡ଼ା ହୋଇଥିବା ଫସଲ ଓ ପନିପରିବା, କଚ୍ଚା ରୋଡ୍‌ ଏବଂ କଚ୍ଚା ଘରଗୁଡ଼ିକୁ କ୍ଷତି ପହଞ୍ଚାଇପାରେ । ତେଣୁ ପାଚିଲା ଧାନ, ମାଣ୍ଡିଆ, ବାଜରା, କପା ଓ ଅନ୍ୟାନ୍ୟ ଫସଲ, ଉଦ୍ୟାନ କୃଷି ଫସଲ ଓ ପନିପରିବା ଅମଳ 3 ତାରିଖ ସୁଦ୍ଧା ଶେଷ କରି ସୁରକ୍ଷିତ ସ୍ଥାନରେ ରଖିବା ସହ ଫସଲ ଥିବା ଚାଷଜମିରୁ ଅତିରିକ୍ତ ପାଣି ନିଷ୍କାସନ ବ୍ୟବସ୍ଥା କରିବାକୁ ଆଇଏମ୍‌ଡି ପକ୍ଷରୁ ପରାମର୍ଶ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+