ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା 'ମିଧିଲି'; କାଲି ଭୋର ସୁଦ୍ଧା ବାଂଲାଦେଶ ଉପକୂଳ ଛୁଇଁବ
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା 'ମିଧିଲି' । ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବନି । କାଲି ଭୋର ସୁଦ୍ଧା ବାଂଲାଦେଶ ଉପକୂଳ ଛୁଇଁବ ବାତ୍ୟା 'ମିଧିଲି' ।
ଉତ୍ତରପୂର୍ବ ଦିଗକୁ ଘଣ୍ଟାକୁ ୨୦ କିମି ବେଗରେ ଗତି କରୁଛି ବାତ୍ୟା । ଆସନ୍ତାକାଲି ଭୋର ସମୟରେ ମୋଙ୍ଗଲା ଓ ଖେପାପୁରା ମଧ୍ୟରେ ସ୍ଥଳଭାଗକୁ ଅତିକ୍ରମ କରିବ ବାତ୍ୟା । ଉତ୍ତର-ଉତ୍ତରପୂର୍ବ ଦିଗକୁ ଘଣ୍ଟାକୁ ୨୦ କିଲୋମିଟର ବେଗରେ ଗତି କରୁଛି । ବାତ୍ୟା ଏବେ ପାରାଦୀପଠାରୁ ୧୯୦ କିଲୋମିଟର ଓ ଦୀଘାଠାରୁ ୨୦୦ ଓ ବାଂଲାଦେଶର ଖେପୁପରାଠାରୁ ୨୨୦ କିଲୋମିଟର ଦୂରରେ ରହିଛି ।
ତେବେ ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ପଡ଼ିବ ନାହିଁ । ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଉପକୂଳ ଅତିକ୍ରମ କରିବା ବେଳକୁ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କିଲୋମିଟର ରହିପାରେ । ଅତିବେଶୀରେ ୮୦ କିଲୋମିଟର ବେଗରେ ପବନ ବହିପାରେ ।

ତେବେ ବାତ୍ୟାରେ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଜଗତସିଂହପୁର ଓ କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଭିତରେ ପବନର ବେଗ ବଢୁଥିବାରୁ ୧୮ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।
ଗଭୀର ଅବପାତ ଉତ୍ତର-ଉତ୍ତରପୂର୍ବ ଦିଗକୁ ମୁହାଁଇ ଥିବାରୁ ଓଡ଼ିଶାରେ ବିଶେଷ ପ୍ରଭାବ ନାହିଁ । କେବଳ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସର୍ବାଧିକ ପବନ ରହିବ । ଏହାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବର୍ଷା ସମ୍ଭାବନା ରହିଛି । ପୁରୀରୁ ଆରମ୍ଭ କରି ଉତ୍ତର ଓଡ଼ିଶାର ଉପକୂଳ ଜିଲ୍ଲା ଗୁଡ଼ିକରେ ବର୍ଷା ହେବ ବୋଲି ଆଇଏମଡି ଡିଜି କହିଛନ୍ତି ।
ରାଜ୍ୟରେ ଏବେ ଯେପରି ଶୀତ ଜାରି ରହିଛି । ଆଗାମୀ ୪-୫ ଦିନ ଏପରି ଶୀତ ଅନୁଭୂତ ହେବ ।












Click it and Unblock the Notifications