Cyclone Montha: ଆଜି ରାତିରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା 'ମୋନ୍ଥା', ଗୋପାଳପୁର ଠାରୁ ୫୭୦ କିମି ଦୂରରେ 'ମୋନ୍ଥା'।
ସ୍ଥଳଭାଗର ନିକଟତର ହେଉଛି ବାତ୍ୟା 'ମୋନ୍ଥା'। ଘଣ୍ଟା ପ୍ରତି ୧୭ କିମି ବେଗରେ ଗତି କରି ନିକଟତର ହେଉଛି। ମଛଲିପଟନମ ଠାରୁ ୨୩୦, କାକିନାଡ଼ା ଠାରୁ ୩୧୦ କିମି ଦୂରରେ। ଗୋପାଳପୁର ଠାରୁ ୫୭୦ କିମି ଦୂରରେ 'ମୋନ୍ଥା'। ଆଜି ସଂଧ୍ୟା କିମ୍ବା ରାତିରେ ସ୍ଥଳଭାଗ ଛୁଇଁବ 'ମୋନ୍ଥା' । ଆନ୍ଧ୍ର ଉପକୂଳ କାକିନାଡ଼ା ଦେଇ ଅତିକ୍ରମ କରିବ 'ମୋନ୍ଥା' । ଲ୍ୟାଣ୍ଡଫଲ୍ ବେଳେ ପବନର ସର୍ବାଧିକ ବେଗ ୧୧୦ କିମି ରହିବ ।
ବାତ୍ୟା ପ୍ରଭାବରେ ଆଜିଠାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ପାଗରେ ପରିବର୍ତ୍ତନ ଆସିଛି। ତୁହାକୁ ତୁହା ପବନ ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ପୁରୀ, ଗଞ୍ଜାମ, ଗଜପତି ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ପାଗର ମିଜାଜ୍ ବଦଳିଛି। ମଙ୍ଗଳବାର ସନ୍ଧ୍ୟାରେ 'ମୋନ୍ଥା' ସ୍ଥଳଭାଗ ସ୍ପର୍ଶ କରିବାକୁ ଥିବାରୁ ଆସନ୍ତା ୪୮ ଘଣ୍ଟା ଓଡ଼ିଶା ପାଇଁ ଅଧିକ ଗୁରୁତ୍ବପୂର୍ଣ୍ଣ ହୋଇପଡ଼ିଛି। ତାହାକୁ ନଜରରେ ରଖି ଭାରତୀୟ ପାଣିପାଗ ବିଭାଗ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକ ପାଇଁ ରେଡ୍ ୱାର୍ଣ୍ଣିଂ ଦେଇଛି। ୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୬୦ରୁ ୮୦ କିମି ବେଗରେ ପବନ ହୋଇପାରେ।

ଏଥିସହ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଣୁ ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ(ଲାଲ୍ ଚେତାବନୀ) ଦିଆଯାଇଛି। ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୬୦ କିମି ବେଗରେ ପବନ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ବର୍ଷାର ପ୍ରଭାବ ରହିବ।
ଦକ୍ଷିଣରେ ୬୦ରୁ ୮୦ କିମି ବେଗରେ ପବନ, ୪୮ ଘଣ୍ଟା ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ
ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍ ୨୯ ତାରିଖ ସକାଳ ସାଢ଼େ ୮ଟାରୁ ୩୦ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୬୦ରୁ ୮୦ କିମି ବେଗରେ ପବନ ହେବାକୁ ଥିବାରୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି। ଏଥିସହ ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀରରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ଘଣ୍ଟା ପ୍ରତି ୫୦ରୁ ୭୦ କିମି ବେଗରେ ପବନ ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ରାତି ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୮୦ରୁ ୧୦୦ କିମି ବେଗରେ ପବନ ହେଉଛି। ସମୁଦ୍ର ସ୍ଥିତି ଅଧିକ ଖରାପ ହୋଇଛି। ଉଚ୍ଚରୁ ଅତି ଉଚ୍ଚ ଜୁଆର ଉଠୁଛି। ୨୮ ତାରିଖ ସକାଳଠାରୁ ୨୯ ତାରିଖ ସକାଳ ମଧ୍ୟରେ ଅତ୍ୟନ୍ତ ଉଚ୍ଚର ଜୁଆର ରହିବ ଏବଂ ସମୁଦ୍ର ଅଶାନ୍ତ ପ୍ରକ୍ରିୟା ଲାଗିରହିବ। ୨୮ ତାରିଖ ସକାଳଠାରୁ ଦକ୍ଷିଣ ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୬୦ରୁ ୭୦ କିମି ବେଗରେ ପବନ ହେବ। ଝଟକା ପବନର ବେଗ ୮୦ କିମି ଛୁଇଁପାରେ। ଆଖପାଖ ଅଞ୍ଚଳରେ ପବନର ବେଗ ସାମାନ୍ୟ କମ୍ ରହିବ। ଅନୁରୂପ ଭାବେ ଉତ୍ତର ଓଡ଼ିଶା ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ପବନର ବେଗ ୫୦ରୁ ୭୦ କିମି ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୨୪ ଘଣ୍ଟା ଓଡ଼ିଶା ଉପକୂଳ ସମ୍ପୂର୍ଣ୍ଣ ଅଶାନ୍ତ ରହିବ। ତେଣୁ ୨୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପଗସାର, ଓଡ଼ିଶା ଉପକୂଳ ଓ ନିକଟବର୍ତ୍ତୀ ଅଞ୍ଚଳ ଏବଂ ୨୮ ଓ ୨୯ ତାରିଖ ମଧ୍ୟରେ ପଶ୍ଚିମବଙ୍ଗ ଉପକୂଳ ଓ ସଂଲଗ୍ନ ଅଞ୍ଚଳ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଓଡ଼ିଶାର ସମସ୍ତ ବନ୍ଦର ପାଇଁ ଦୁଇ ନମ୍ବର ସିଗନାଲ୍ ଜାରି ହୋଇଛି।
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
କ୍ରସ୍ ଭୋଟିଂକୁ ନେଇ ପିସିସି ସଭାପତିଙ୍କ ବିସ୍ଫୋରକ ବୟାନ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍...












Click it and Unblock the Notifications