ଦୁର୍ବଳ ହୋଇଛି ବାତ୍ୟା ମନ୍ଥା, ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା
ଦୁର୍ବଳ ହୋଇଛି ବାତ୍ୟା ମନ୍ଥା । ଗଭୀର ଅବପାତରୁ ଏବେ ପରିଣତ ହୋଇଛି । ଯାହାଫଳରେ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହ ବିଜୁଳି ଘଡଘଡି ଏବଂ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବା ନେଇ ଆକଳନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ସମ୍ପୂର୍ଣ ରାଜ୍ୟରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି । ଦକ୍ଷିଣ ଓ ଉତ୍ତର ଓଡ଼ିଶା ର କିଛି କିଛି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ସହ ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲା ସମେତ ଉତ୍ତର ଓଡ଼ିଶାର ସୁନ୍ଦରଗଡ଼, କେଉଁଝର, ବାଲେଶ୍ଵର, ଭଦ୍ରକ, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଛି । ଏହାସହ ସର୍ବାଧିକ ୪୫ ରୁ ୫୫ ଆବଶ୍ୟକସ୍ଥଳେ ୬୫ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ମଧ୍ୟ ଅନୁଭୂତ ହୋଇଛି ।
ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲା ସହିତ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ବର୍ଷର ପ୍ରଭାବ ଦେଖିବାକୁ ମିଳିବ ମ ଏହାସହ ବିଜୁଳି ଘଡଘଡି ଓ ଝଟକା ପବନ ମଧ୍ୟ ଅନୁଭୂତ ହେବ । ଆସନ୍ତା କାଲି ମଧ୍ୟ ସମାନ ସ୍ଥିତି ରହିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିଭଳି ଆଜି ସନ୍ଧ୍ୟା ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ । ସେଥିପାଇଁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।
ଦକ୍ଷିଣ ଛତିଶଗଡ଼ ଓ ଆଖପାଖ ଅଞ୍ଚଳ ଉପରେ ଥିବା ଡିପ୍ରେସନ ଘଣ୍ଟାପ୍ରତି 17 କିଲୋମିଟର ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଗତକାଲି (ବୁଧବାର) ତାରି 11.30ରେ ଦକ୍ଷିଣ ଛତିଶଗଡ଼ ଏବଂ ସଂଲଗ୍ନ ବିଦର୍ଭ ଉପରେ କେନ୍ଦ୍ରିତ ହୋଇଛି । ଏହା କାଙ୍କେର (ଛତିଶଗଡ଼)ରୁ ପ୍ରାୟ 110 କିଲୋମିଟର ଦକ୍ଷିଣ-ପଶ୍ଚିମ, ଜଗଦଲପୁର (ଛତିଶଗଡ଼)ରୁ 150 କିଲୋମିଟର ପଶ୍ଚିମ-ଉତ୍ତରପଶ୍ଚିମ, ଚନ୍ଦ୍ରପୁର (ମହାରାଷ୍ଟ୍ର)ରୁ 150 କିଲୋମିଟର ପୂର୍ବ-ଦକ୍ଷିଣପୂର୍ବ, ରାମଗୁଣ୍ଡମ (ତେଲେଙ୍ଗାନା)ରୁ 160 କିଲୋମିଟର ଉତ୍ତର-ପୂର୍ବ ଏବଂ ନାଗପୁର (ମହାରାଷ୍ଟ୍ର)ରୁ 240 କିଲୋମିଟର ଦକ୍ଷିଣ-ପୂର୍ବରେ ରହିଛି ।
ସକାଳୁ ସକାଳୁ ଏହି ଜିଲ୍ଲାରେ ବର୍ଷିବ:
ଆଜି ସକାଳୁ ସକାଳୁ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଅନ୍ୟ ସୁବ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।
ସେହିପରି ଆଜି (ଗୁରୁବାର) ଅପରାହ୍ନ ବେଳକୁ ବର୍ଷାର ପରିମାଣ ହ୍ରାସ ହେବ । ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ହେହାକୁ ନେଇ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
31 October Weather:
ଆସନ୍ତାକାଲି (31 ତାରିଖ)ରେ ମଧ୍ୟ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥିପାଇଁ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications