Cyclone Montha: ଘଣ୍ଟା ପ୍ରତି ୧୬ କିମି ବେଗରେ ମାଡ଼ିଆସୁଛି ବାତ୍ୟା ମୋନ୍ଥା

ବଳ ଗୋଟାଇ ମାଡ଼ିଆସୁଛି ବାତ୍ୟା ମୋନ୍ଥା । ଗତକାଲି ରାତିରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା । ଏବେ ଗୋପାଳପୁରଠାରୁ ୮୫୦ ଏବଂ ଆନ୍ଧ୍ରପ୍ରଦେଶ କାକିନାଡ଼ାଠାରୁ ୬୮୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟା ପ୍ରତି ୧୬ କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରୁଛି ।

କାଲି ସକାଳ ସୁଦ୍ଧା ଆହୁରି ଘନୀଭୂତ ହୋଇ ଗୋଟିଏ ଭୀଷଣ ବାତ୍ୟାର ରୂପ ନେବ । କାଲି ସନ୍ଧ୍ୟାରୁ ଆରମ୍ଭ ହୋଇଯିବ ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ରାତି ଭିତରେ ଆନ୍ଧ୍ର ଉପକୂଳକୁ ମାଡ଼ି ଆସିବ ବାତ୍ୟା। ମଛଲିପଟନମ୍ ଓ କଳିଙ୍ଗପଟନମ୍ ଭିତରେ କାକିନାଡ଼ା ପାଖରେ ସାଇକ୍ଲୋନ୍ ସ୍ଥଳଭାଗ ଅତିକ୍ରମ କରିବ ।

Cyclone Montha

ଆସୁଥିବା ବାତ୍ୟା ମୋନ୍ଥାକୁ ଦେଖି ୨ ଦିନ ପାଇଁ ବନ୍ଦ ରହିବ ରାଜ୍ୟର ଅଙ୍ଗନବାଡ଼ି କେନ୍ଦ୍ର ଗୁଡ଼ିକ। ଏନେଇ ୮ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର। ଅର୍ଥାତ ଆସନ୍ତା ୨୮ ଏବଂ ୨୯ ତାରିଖରେ ବନ୍ଦ ରହିବ ବାତ୍ୟା ଦ୍ବାରା ପ୍ରଭାବିତ ହେବାକୁ ଥିବା ୮ଟି ଜିଲ୍ଲାର ଅଙ୍ଗନବାଡ଼ି କେନ୍ଦ୍ର। ସେସବୁ ଜିଲ୍ଲା ହେଉଛି, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର। କାରଣ ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଏହି ଜିଲ୍ଲାରେ ପ୍ରବଳ ବର୍ଷା ସହ ପବନ ହେବାର ଆଶଙ୍କା ରହିଛି। ତେଣୁ ରେଡୱାର୍ଣ୍ଣିଂ ମଧ୍ୟ ଜାରି କରିଛି ପାଣିପାଗ ବିଭାଗ।...ସେହିପରି ଗଞ୍ଜାମରେ ୨୭ ଏବଂ ୨୮ରେ ସ୍କୁଲ ଛୁଟି ପାଇଁ ନିଷ୍ପତ୍ତି ନେଇଛନ୍ତି ଜିଲ୍ଲାପାଳ। ଏହାବ୍ୟତୀତ ଆସନ୍ତା ୩ ଦିନ ଯାଏଁ ଗୋପାଳପୁର, ସୋନପୁର ବେଳାଭୂମିକୁ ବି ବନ୍ଦ ଘୋଷଣା କରାଯାଇଛି।

ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ସର୍ବାଧିକ ୯୦ରୁ ୧୦୦ କିଲୋମିଟର ରହିଥିବ। ଝଟକା ପବନ ୧୧୦ କିଲୋମିଟର ଯାଏଁ ବଢ଼ିପାରେ। ଏବେଟୁ କାକିନଡ଼ାରେ ପଡ଼ିଲାଣି ବାତ୍ୟା ପ୍ରଭାବ । ସମୁଦ୍ର ଅଶାନ୍ତ ହେବା ସହିତ ବର୍ଷା ବି ଆରମ୍ଭ ହୋଇଗଲାଣି । ଆସନ୍ତାକାଲି ସକାଳୁ ପବନର ବେଗ ବଢିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
• ମାଡ଼ିଆସୁଛି ମୋନ୍ଥା'
• ବଳ ଗୋଟାଇ ମାଡ଼ିଆସୁଛି ବାତ୍ୟା ମୋନ୍ଥା
• ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା
• ଗୋପାଳପୁରଠାରୁ ୮୫୦ କିଲୋମିଟର ଦୂରରେ ବାତ୍ୟା
• କାକିନାଡ଼ାଠାରୁ ୬୮୦ କିମି ଦୂରରେ ମୋନ୍ଥା
• କାଲି ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ
• କାଲି ସନ୍ଧ୍ୟାରୁ ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା
• କାଲି ରାତି ଭିତରେ ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍
• ଲ୍ୟାଣ୍ଡଫଲ୍ ବେଳେ ୯୦ରୁ ୧୦୦ କିଲୋମିଟର ବେଗରେ ପବନ
• ସମୁଦ୍ର ଅଶାନ୍ତ ସହିତ ଆରମ୍ଭ ହେଲାଣି ବର୍ଷା
• ଆସନ୍ତାକାଲି ସକାଳୁ ପବନର ବେଗ ବଢିପାରେ
• ରେଡ୍ ଜୋନରେ ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲା
• ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ରେଡ୍ ଜୋନ୍
• ରେଡ୍ ଜୋନରେ ନବରଙ୍ଗପୁର, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି
• ୮ ଜିଲ୍ଲାକୁ ଗଲେଣି ୧୨୮ଟି ଉଦ୍ଧାରକାରୀ ଟିମ୍

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+