ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବ୍ୟ ବାତ୍ୟା ! ୨୭ରୁ ୨୯ ତାରିଖ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା
ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବ୍ୟ ବାତ୍ୟା ! ୨୭ ତାରିଖରୁ ୨୯ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷକରି ୨୭ରୁ ୨୯ ମଧ୍ୟରେ ମାଲକାନଗିରି ଓ କୋରାପୁଟରେ ଅତି ଭାରି ବର୍ଷା ଓ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଶେଷଜ୍ଞ ବିଶ୍ୱଜିତ ସାହୁ।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସୃଷ୍ଟି ହେଲା ଅବପାତ
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସୃଷ୍ଟି ହେଲା ଅବପାତ। ସୁଦୃଶ ଲଘୁଚାପ ଅବପାତର ରୂପ ନେଇଛି। ଆଜି ସକାଳ ସାଢ଼େ ୫ଟା ସମୟରେ ସୃଷ୍ଟି ହୋଇଛି ଅବପାତ। ଆସନ୍ତା ୨୭ ତାରିଖରେ ବଙ୍ଗୋପସାଗରରେ ଏହା ବାତ୍ୟାର ରୂପ ନେବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ କୁହାଯାଇଛି। ଆଇଏମ୍ଡିର ସ୍ବତନ୍ତ୍ର ବୁଲେଟିନ୍ ଅନୁଯାୟୀ, ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଶନିବାର ସୁଦ୍ଧା ଅବପାତର ରୂପ ନେବ।

୨୬ ତାରିଖ ଆଡ଼କୁ ଏହା ଆହୁରି ଶକ୍ତି ଗୋଟାଇବ ଏବଂ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ। ସୋମବାର (୨୭ ତାରିଖ) ସକାଳ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇସାରିଥିବ ଏବଂ ଦକ୍ଷିଣ-ପଶ୍ଚିମ ତଥା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ। ତେବେ ଏହା କେତେ ଭୟଙ୍କର ହେବ, ଗତିପଥ କେଉଁଆଡ଼େ ରହିବ ଓ କେଉଁଠାରେ ଏହା ସ୍ଥଳଭାଗକୁ ଛୁଇଁବ, ସେ ସଂକ୍ରାନ୍ତରେ ଏବେ କୌଣସି ସ୍ପଷ୍ଟ ସୂଚନା ନାହିଁ। ସମ୍ଭାବ୍ୟ ବାତ୍ୟା ଯୋଗୁଁ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ପ୍ରବେଶ ବାରଣ କରାଯାଇଛି।
ତେବେ କେଉଁଠି ଅତିକ୍ରମ କରିବ, କେତେ ବେଗରେ ମାଡ ହେବ, ଆଜି ସ୍ପଷ୍ଟ କରିବ ଆଇଏମଡି । ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ମାସ ଶେଷ ବେଳକୁ ପୁଣି ଥରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ବାତ୍ୟା 'ମୋନ୍ଥା'। ଏହାର ତୀବ୍ରତା କେତେ ରହିବ? କେଉଁଠି ସ୍ଥଳଭାଗ ଅତିକ୍ରମ କରିବ ? ତାହା ସ୍ପଷ୍ଟ ହୋଇନଥିଲେ ବି ୨୭ରେ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଆଇଏମଡି । ଏହାର ପ୍ରଭାବରେ ଓଡ଼ିଶାରେ ବଡ ବର୍ଷାର ସମ୍ଭାବନା ରହିଛି । ୨୬ ତାରିଖ ସକାଳୁ ଗଭୀର ଅବପାତରେ ପରିଣତ ହେବ । ଯାହା ଆସନ୍ତା ୨୭ ତାରିଖ ସକାଳୁ ବାତ୍ୟାର ରୂପ ନେବ । ତାପରେ ବଳ ଗୋଟାଇ ଉପକୂଳ ମୁହାଁ ହେବ ବାତ୍ୟା । ପାଣିପାଗ ସଂସ୍ଥା ୱିଣ୍ଡିର ଆକଳନ ଅନୁସାରେ ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ୨୮ ତାରିଖ ବେଳକୁ ସ୍ଥଳଭାଗ ଅତିକ୍ରମ କରିପାରେ । ଆନ୍ଧ୍ର ପ୍ରଦେଶର ବିଶାଖପାଟଣା ନିକଟ ଦେଇ ଅତିକ୍ରମ କରିପାରେ ଉପକୂଳ ।












Click it and Unblock the Notifications