Cyclone Montha: ଓଡ଼ିଶାକୁ ୨୮ ଓ ୨୯ ତାରିଖ ପାଇଁ ରେଡ୍ ଓ୍ୱାର୍ଣ୍ଣିଂ

ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶକୁ ରେଡ୍ ଓ୍ୱାର୍ଣ୍ଣିଂ। ଆନ୍ଧ୍ରପ୍ରଦେଶର କିଛି ଜିଲ୍ଲା ପାଇଁ ୨୭ରୁ ୨୯ ପର୍ଯ୍ୟନ୍ତ ରେଡ୍ ଓ୍ୱାର୍ଣ୍ଣିଂ। ଉପକୂଳ ସମେତ ଦକ୍ଷିଣ ଓଡ଼ିଶା ପାଇଁ ରେଡ୍ ଓ୍ୱାର୍ଣ୍ଣିଂ । ଓଡ଼ିଶାକୁ ୨୮ ଓ ୨୯ ତାରିଖ ପାଇଁ ରେଡ୍ ଓ୍ୱାର୍ଣ୍ଣିଂ ।

ଆଗାମୀ ଦୁଇଦିନ ପାଇଁ ରାଜ୍ୟର ପାଣିପାଗରେ ବିଶେଷ ପରିବର୍ତ୍ତନ ହୋଇ ନ ପାରେ, କିନ୍ତୁ କଁା ଭଁା ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୨୭ରେ ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ କନ୍ଧମାଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାରେ ୭ ସେ.ମି.ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହେବ। ସେହିପରି ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଜିଲାରେ ପ୍ରବଳ ବର୍ଷା (୭ ସେ.ମି.ରୁ ୧୧ ସେ.ମି.) ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।

ସୋମବାର ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲାରେ ଭୀଷଣ ବର୍ଷା (୨୦ ସେ.ମି.ରୁ ଅଧିକ) ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କି.ମି. ଏବଂ ୮୦ କି.ମି. ପର୍ଯ୍ୟନ୍ତ ରହିପାରେ। ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୫୦ କି.ମି.ରୁ ୭୦ କି.ମି. ପର୍ଯ୍ୟନ୍ତ ବହିବା ନେଇ ଆକଳନ କରାଯାଇଛି। ଏଥିସହ ରାଜ୍ୟର ଅନ୍ୟ ସମସ୍ତ ଜିଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ୨୯ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ରାୟଗଡ଼ା ଜିଲାରେ ଭୀଷଣ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ୨୬ ତାରିଖଠାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ଏଥିସହ ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି।

ସମୀକ୍ଷା ବୈଠକ ପରେ ମନ୍ତ୍ରୀ ପୂଜାରୀ ଗଣମାଧ୍ୟମକୁ କହିଛନ୍ତି, ସମ୍ଭାବ୍ୟ ବାତ୍ୟା ପାଇଁ ରାଜ୍ୟର କେଉଁସବୁ ଜିଲାରେ ଛୁଟି ଘୋଷଣା ହେବ ସେନେଇ ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ। ଅଧିକାରୀମାନେ ଛୁଟିରେ ରହିବେ କି ନାହିଁ ସେନେଇ ରବିବାର ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଏବଂ ଜିଲାପାଳଙ୍କ ସହ ବୈଠକ ପରେ ନିଷ୍ପତ୍ତି ନିଆଯିବ। ମନ୍ତ୍ରୀ କହିଛନ୍ତି, ସରକାରଙ୍କ ମୂଳ ଲକ୍ଷ୍ୟ ହେଲା ଲୋକଙ୍କ ଜୀବନ ରକ୍ଷା କରିବା। ଏହାକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ରହିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଭୂସ୍ଖଳନ ହେଲେ ସେହି ସ୍ଥାନରେ ଜିଲାପାଳମାନେ ତୁରନ୍ତ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବେ। ରାସ୍ତା ଉପରେ ପାଣି ଚାଲିଲେ, ଉଭୟ ପଟ ରାସ୍ତା ବନ୍ଦ କରି ଲୋକଙ୍କୁ ଖାଦ୍ୟ ଯୋଗାଇବାକୁ ଜିଲାପାଳଙ୍କୁୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୨୮ ଓ ୨୯ରେ ବାତ୍ୟା ଓଡ଼ିଶାକୁ ପ୍ରଭାବିତ କରିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାବାଦ୍‌ ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ବାତ୍ୟା ଅନେକ ସମୟରେ ଦିଗ ପରିବର୍ତ୍ତନ କରିଥାଏ। ତେଣୁ ଆଇଏମ୍‌ଡିର ପୂର୍ବ ଅନୁମାନ ଅନୁଯାୟୀ ସରକାରଙ୍କ ପକ୍ଷରୁ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ। ରାଜ୍ୟ ସରକାରଙ୍କ ପକ୍ଷରୁ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଏବଂ ଅଗ୍ନିଶମ ବାହିନୀକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ସ୍ବାସ୍ଥ୍ୟ, କୃଷି, ଶକ୍ତି, ସମବାୟ ବିଭାଗକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ବିପର୍ଯ୍ୟୟ ପ୍ରକୋପ ଯାହା ବି ହେଉ, ସରକାର ସବୁ ପ୍ରକାର ପଦକ୍ଷେପ ପାଇଁ ପ୍ରସ୍ତୁତ ଅଛନ୍ତି, ଲୋକେ ଏଥିନେଇ ଆତଙ୍କିତ ହେବାର ନାହିଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ସମୀକ୍ଷା ବୈଠକରେ ଏସ୍‌ଆର୍‌ସି ଦେଓରଞ୍ଜନ କୁମାର ସିଂ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+