ଆସୁଛି ବାତ୍ୟା ! ଓଡ଼ିଶା ପାଇଁ ନାହିଁ ସତର୍କ ସୂଚନା

ଭୁବନେଶ୍ୱର:ବଙ୍ଗୋପସାଗରରେ ଆସନ୍ତା ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବାନା ରହିଛି । ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ହେବ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଶଙ୍କା କରାଯାଉଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସମ୍ଭାବ୍ୟ ବାତ୍ୟା ପାଇଁ ରାଜ୍ୟ ସରକାର ସମସ୍ତ ଜିଲ୍ଲାକୁ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ହେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ଯେ ବର୍ତ୍ତମାନ ପର୍ଯ୍ୟନ୍ତ ଓଡ଼ିଶା ପାଇଁ କିଛି ସତର୍କ ସୂଚନା ଜାରି କରାଯାଇ ନାହିଁ । ଓଡ଼ିଶାରେ ବାତ୍ୟାର ପ୍ରଭାବ ପଡିନପାରେ ।

weather update

ସେହିପରି ବର୍ତ୍ତମାନ ପର୍ଯ୍ୟନ୍ତ ବତ୍ୟାଟି କେଉଁ ଦିଗ ମୁହାଁ ହେବ, ଏହାର ତୀବ୍ରତା କେତେ ରହିବ ତାହା ଆକଳନ କରାଯାଇ ନାହିଁ । ୭ ତାରିଖରେ ଲଘୁଚାପ କ୍ଷେତ୍ର ସ୍ପଷ୍ଟ ହେବାପରେ ହିଁ ଏହାର ସ୍ପଷ୍ଟ ଚିତ୍ର ଆସିବ । ହେଲେ ମତ୍ସଜୀବିଙ୍କୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ମଧ୍ୟକୁ ନ ଯିବା ପାଇଁ ଚେତାବନୀ ଦିଆଯାଇଛି ।

୬ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ ଏହା ୭ ତାରିଖରେ ଲଘୁଚାପର ରୂପ ନେବ । ଏହାପରେ ୮ ତାରିଖରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଅନ୍ୟପଟେ ରାଜ୍ୟର ୫ ତାରିଖରୁ କାଳବୈଶାଖୀ ବର୍ଷା ହେବ । ୩ରୁ ୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣି ପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+