୨୩ରେ ବାତ୍ୟା,୨୪ରେ ଲ୍ୟାଣ୍ଡଫଲ୍ : ସ୍ପଷ୍ଟ କଲେ ଆଇଏମଡି ଡିଜି

ଆସୁଛି ବାତ୍ୟା । ଏନେଇ ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ, ଆଇଏମଡି ।

ପାଣିପାଗ ବିଭାଗର କହିବା ଅନୁଯାୟୀ, ୨୪ ଘଣ୍ଟାରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ପରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ରେ ଅବପାତ ଓ ୨୩ରେ ବାତ୍ୟାର ରୂପ ନେବ ।

Cyclone

ଏହା ୨୪ ତାରିଖ ସକାଳେ ଓଡିଶା ଓ ପଚିଂମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଥିବା କହିଛି । ପୂର୍ବରୁ ବାତ୍ୟା ଆସୁଥିବା ଖବର ନେଇ ବିଭିନ୍ନ ମଡେଲ ଆକଳନ କରିଥିଲେ । ହେଲେ ଏନେଇ ଆଇଏମଡି କିଛି ସ୍ପଷ୍ଟ କରିନଥିଲା । ହେଲେ ଆଜି ସଂସ୍ଥା ପକ୍ଷରୁ ଯେଉଁ ଟୁଇଟ୍ କରାଯାଇଛି, ଏଥିରେ ସ୍ପଷ୍ଟ ଭାବେ ଦର୍ଶାଯାଇଛି ଯେ, ବାତ୍ୟାର ଆଶଙ୍କା ରହିଛି ।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ( ଆଇଏମଡି) ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରେ ଏହା ଲଘୁଚାପରେ ପରିଣତ ହୋଇ ୨୨ରେ ଅବପାତ ରୂପ ନେବ। ୨୩ରେ ଏହା ସମ୍ଭାବ୍ୟ ବାତ୍ୟାରେ ପରିଣତ ହେବ।

ପରେ ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଉପକୂଳ ଛୁଇଁଲା ବେଳେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ। ତେବେ ଏହି ସମ୍ଭାବ୍ୟ ବାତ୍ୟାଟି କେଉଁଠି ସ୍ଥଳ ଭାଗ ଛୁଇଁବ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+