Cyclone Remal: ତୀବ୍ର ବାତ୍ୟାର ରୂପ ନେଇ ସାରିଛି ବାତ୍ୟା ରେମାଲ

ତୀବ୍ର ବାତ୍ୟାର ରୂପ ନେଇ ସାରିଛି ବାତ୍ୟା ରେମାଲ । ଆଜି ମଧ୍ୟରାତ୍ରୀରେ ଏହା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି ।

ତେବେ ଏହାର ପ୍ରଭାବରେ ଭଦ୍ରକ,ବାଲେଶ୍ୱର,ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ମନୋରମା ମହାନ୍ତି । ଉପକୂଳ ଓଡିଶାରେ ମଧ୍ୟ ଆଜି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଭୀଷଣ ବାତ୍ୟାର ପରିଣତ ହେଲା ବାତ୍ୟା 'ରେମାଲ' । ଆଜି ମଧ୍ୟରାତ୍ରୀରେ ପଶ୍ଚିମବଙ୍ଗ-ବାଂଲା ଉପକୂଳରେ ଛୁଇଁବ ସ୍ଥଳଭାଗ । ପଶ୍ଚିମବଙ୍ଗ ଉପକୂଳ ପାଇଁ ରେଡ ୱାର୍ଣ୍ଣିଂ ଜାରି । ଉତର-ପଶ୍ଚିମ ଓ ସଂଲଗ୍ନ ଉତର-ପୂର୍ବ ବଙ୍ଗୋପସାରରେ ବାତ୍ୟା ଅଧିକ ଘନୀଭୂତ ହେବା ସହ ୬ ଘଂଟା ଧରି ୬ କିଲୋମିଟର ବେଗରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ଗତି କରୁଛି ।

ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଓ କେନ୍ଦ୍ରାପଡା ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ଷା ସହ ପବନ ବହିବାର ଆଶଙ୍କା ଥିବାରୁ ପରିସ୍ଥିତିର ମୁକାବିଲା ପାଇଁ ଓଡ୍ରାଫ ଓ ଅଗ୍ନିଶମ କର୍ମଚାରୀଙ୍କୁ ମୁତୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Cyclone Remal

୪୮ ଘଣ୍ଟା ପରେ ରାଜ୍ୟରେ ପାରା ବଢିବ ବୋଲି ଆକଳନ ହୋଇଛି । ସେପଟେ 'ରେମାଲ'ର ପ୍ରଭାବ ଓଡ଼ିଶାରେ ଏହାର ସିଧା ପ୍ରଭାବ ନପଡ଼ିଲେ ମଧ୍ୟ ଉପକୂଳ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ଏସଆରସି । ୨୭ ତାରଖ ଯାଏ ସମୁଦ୍ରରେ ମାଛ ମାରିବା ଉପରେ ପ୍ରତିବନ୍ଧକ ଲଗାଯାଇଛି ।

ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ପବନ ବେଗ ୪୦ରୁ କିଲୋମିଟର ପ୍ରତିଘଂଟା ରହିବା ନେଇ ଆକଳନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥି ସହିତ ରାଜ୍ୟର ସମସ୍ତ ବନ୍ଦର ଗୁଡିକୁ ଏକ ନମ୍ବର ବିପଦ ସଙ୍କେତ ଜାରି କରାଯାଇଥିବା ବେଳେ ୨୭ ତାରିଖ ଯାଏ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀ ମାନଙ୍କୁ କୁହାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+