ଅବପାତର ରୂପ ନେଲା ସମ୍ଭାବ୍ୟ ବାତ୍ୟା ‘ରେମାଲ' , ୨୬ରେ ଲ୍ୟାଣ୍ଡଫଲ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି । ଆସନ୍ତାକାଲି ସକାଳ ସୁଦ୍ଧା ଏହା ବାତ୍ୟାର ରୂପ ନେବ ଓ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତଟି ସକ୍ରିୟ ରହିଛି। ଏହା ଉତ୍ତରପୂର୍ବ ଦିଗରେ ଗତି କରୁଛି । ଅବପାତ ବାଂଲାଦେଶ ଖେପୁପରା ଉପକୂଳରୁ ୮୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଓ ପଶ୍ଚିମବଙ୍ଗ ଉପକୂଳରୁ ୮୧୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି । ଆସନ୍ତାକାଲି ସକାଳ ସୁଦ୍ଧା ଅବପାତ ଆହୁରି ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବ। ଏହି ସମ୍ଭାବ୍ୟ ବାତ୍ୟାର ନାଁ ରହିବ 'ରେମଲ'।

କାଲି ସନ୍ଧ୍ୟା ସୁଦ୍ଧା ଏହା ଏକ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ୨୬ ତାରିଖ ମଧ୍ୟରାତ୍ରିରେ ଲାଣ୍ଡଫଲ୍ କରିବ ବାତ୍ୟା। ବାଂଲାଦେଶ ଓ ତତସଲଗ୍ନ ପଶ୍ଚିମବଙ୍ଗ ଉପକୂଳ ମଧ୍ୟରେ ସାଗର ଦ୍ୱିପ ଓ ଖେପୁପରା ମଝିରେ ସ୍ଥଳଭାଗ ଛୁଇଁବ ।

Cyclone Remal

କେଉଁଠି ମାଡ଼ ହେବ ବାତ୍ୟା?
• ବଙ୍ଗୋପସାଗରରେ ଅବପାତର ରୂପ ନେଇ ନେଇଛି ଲଘୁଚାପ
• କାଲି ସୁଦ୍ଧା ଅବପାତ ବାତ୍ୟାରେ ପରିଣତ ହେବ
• ୨୫ ତାରିଖ ସଂଧ୍ୟାରେ ଭୀଷଣ ବାତ୍ୟାରେ ପରିଣତ ହେବ 'ରେମାଲ'
• ୨୬ ମଧ୍ୟରାତ୍ରୀରେ ସ୍ଥଳଭାଗ ଛୁଇଁବ ଭୀଷଣ ବାତ୍ୟା 'ରେମାଲ'
• ସାଗର ଦ୍ୱୀପ ଓ ଖେପୁପାରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା

ବାତ୍ୟାଟି ପଶ୍ଚିମବଙ୍ଗ ଉପକୂଳ ଏବଂ ବାଂଲାଦେଶ ଉପକୂଳ ଆଡକୁ ଗତି କରୁଥିବା ବେଳେ ଓଡ଼ିଶା ଉପକୂଳରେ ଏହାର ବିଶେଷ ପ୍ରଭାବ ପଡିବ ନାହିଁ । ତେବେ ଆଜିଠୁ ଓଡ଼ିଶାରେ ପାଗରେ ପରିବର୍ତ୍ତନ ହେବା ସହ ପାଗ ସାମନ୍ୟ କୋହଲା ରହିବ । ୨୫ ଓ ୨୬ ତାରିଖ ଦୁଇ ଦିନ ଉତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି ।

ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ ଜିଲ୍ଲାରେ ବର୍ଷା ଲାଗିରହିବ । ୨୭ ତାରିଖରେ ବାଲେଶ୍ୱର ଓ ମୟୂରଭଂଜରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସମୁଦ୍ର ଉପକୂଳରେ ପବନର ବେଗ ରହିପାରେ ୪୦ରୁ ୫୦ କିଲୋମିଟର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+