ମାଡି ଆସୁଛି ବାତ୍ୟା 'ସିତ୍ରାଙ୍ଗ', ୧୨ ଘଣ୍ଟାରେ ନେବ ଭୀଷଣ ବାତ୍ୟାର ରୂପ
ଆଗାମୀ ୧୨ ଘଣ୍ଟା ମଧ୍ୟରେ ନେବ ଭୀଷଣ ବାତ୍ୟାର ରୂପ । ୬ ଘଣ୍ଟା ମଧ୍ୟରେ ୧୨ କିମି ବେଗରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଆସନ୍ତାକାଲି ସକାଳେ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ।
ଭୁବନେଶ୍ୱର: ମାଡି ଆସୁଛି ବାତ୍ୟା 'ସିତ୍ରାଙ୍ଗ' । ଆଗାମୀ ୧୨ ଘଣ୍ଟା ମଧ୍ୟରେ ନେବ ଭୀଷଣ ବାତ୍ୟାର ରୂପ । ୬ ଘଣ୍ଟା ମଧ୍ୟରେ ୧୨ କିମି ବେଗରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଆସନ୍ତାକାଲି ସକାଳେ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ବାତ୍ୟାଟି ତିନକୋଣା ଓ ସାନ୍ଦ୍ୱୀପ ଦେଇ ବାଂଲାଦେଶ ଉପକୂଳ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେପଟେ ଦୀପାବଳି ଦିନ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ପ୍ରାୟତଃ ଟଳିଯାଇଛି । ସୋମବାର ଉପକୂଳ ଓଡ଼ିଶାରେ ପାଗ ମେଘୁଆ ବା କୋହଲା ରହିଛି । ହାଲୁକା ପବନ ସହ କାଁ ଭାଁ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ଉତ୍ତର ଉପକୂଳରେ ଗୋଟିଏ ଦୁଇଟି ଜାଗାରେ ଅସରାଏ ବଡ଼ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଅଞ୍ଚଳରେ ଭଲ ପାଗ ସମ୍ଭାବନା ଅଛି ।
ତେବେ ବାତ୍ୟା ସିତ୍ରାଙ୍ଗ ଓଡ଼ିଶା ଉପକୂଳରୁ ଏହା ସମାନ୍ତରାଳ ଭାବେ ସମୁଦ୍ର ଭିତରେ ୨୦୦ରୁ ୨୫୦ କିମି ଦୂରରେ ଗତି କରିବ । ତେଣୁ ଓଡ଼ିଶା ଉପରେ ବାତ୍ୟାର ବଡ଼ ପ୍ରଭାବ ପଡିବ ନାହିଁ । ଗଭୀର ଅବପାତ ରବିବାର ସନ୍ଧ୍ୟାରେ ବାତ୍ୟାରେ ପରିଣତ ହୋଇଥିଲା ।
ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କଟକରେ ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି । ସେହିପରି ୨୫ରେ ଉପକୂଳରେ କାଁ ଭାଁ ସ୍ଥାନ ସମେତ ମୟୂରଭଞ୍ଜ, କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା ଅଛି । ମଙ୍ଗଳବାର ଅପରାହ୍ନରୁ ଓଡ଼ିଶାରେ ପାଗ ଫିଟିବା ସମ୍ଭାବନା ରହିଛି । ସାରା ଦେଶରୁ ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବିଦାୟ ନେଇଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications