ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ।, ଆସନ୍ତା କାଲି ଲଘୁଚାପ
ଆଜି 30 ତାରିଖରେ, ଏକ ଘୂର୍ଣ୍ଣିବାଳୟ ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳକୁ ପ୍ରବେଶ କରିବାର ସମ୍ଭାବନା ଥିବାବେଳେ, ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆସନ୍ତା କାଲି, ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସହ,ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି l ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଓଡିଶା - ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳକୁ 3 ତାରିଖ ରେ ଅତିକ୍ରମ କରିବା ସମ୍ଭାବନା ଜାହିର କରିଛି ପାଣିପାଗ ବିଭାଗ।













Click it and Unblock the Notifications