ଆସୁଛି ବଡ଼ ବାତ୍ୟା ! ବାତିଲ ହେଲା ରବିବାର ଛୁଟି
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ । ପରବର୍ତ୍ତୀ 24 ଘଣ୍ଟା ମଧ୍ୟରେ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି । ଏହା ଧୀରେ ଧୀରେ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି ।

ଏହା ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ସେହିପରି କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର ଆଦି ଜିଲ୍ଲାରେ ମାତ୍ରାଧିକ ବର୍ଷାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି ହୋଇଛି ।
ବାତ୍ୟା ଲାଗି କୃଷି ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଆଦି 5 ଜିଲ୍ଲାର କୃଷି ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଏନେଇ ସବୁ ଜିଲ୍ଲାର ମୁଖ୍ୟ କୃଷି ଅଧିକାରୀଙ୍କୁ କୃଷି ବିଭାଗ ଚିଠି ଲେଖିଛି ।
ଡିସେମ୍ବର 3 -6 ତାରିଖ ଯାଏଁ ଛୁଟି ବାତିଲ ସହ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି ବିଭାଗ । ଏଣେ ଅମଳ ହୋଇଥିବା ଫସଲର ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ବି ଯଥୋଚିତ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛି କୃଷି ବିଭାଗ । 4 ତାରିଖ ପୂର୍ବରୁ ବିଭିନ୍ନ ଫସଲ ଅମଳ କରିନେବା ଲାଗି ବି ପରାମର୍ଶ ଦିଆଯାଇଛି ।












Click it and Unblock the Notifications