ଓଡିଶା ଛୁଇଁବନି ବାତ୍ୟା ସିତ୍ରାଙ୍ଗ, ହେଲେ ୨୪ରୁ ପ୍ରବଳ ବର୍ଷିବ
୨୩ରେ ଗଭୀର ଅବପାତ ରୂପ ନେଇ ୨୪ରେ ବାତ୍ୟାରେ ପରିଣତ ହୋଇ ଦିଗ ପରିବର୍ତ୍ତନ କରିବ । ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବ । ବାତ୍ୟା ଓଡ଼ିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମ ବଙ୍ଗ ବାଂଲାଦେଶକୁ ମୁହାଁଇବ ।
ନୂଆଦିଲ୍ଲୀ: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ଆଜି ସୃଷ୍ଟି ହୋଇଛି ଲଘୁଚାପ । ସୃଷ୍ଟି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ସକ୍ରିୟ ଲଘୁଚାପ ଲଘୁଚାପ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ଓ ତତସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଏକ ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି ।

ଏହି ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରି କେନ୍ଦ୍ରୀୟ ଓ ତତ୍ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଶନିବାର ସୁଦ୍ଧା ଗଭୀର ଅବପାତରେ ରୂପାନ୍ତର ହୋଇପାରେ । ୨୩ରେ ଗଭୀର ଅବପାତ ରୂପ ନେଇ ୨୪ରେ ବାତ୍ୟାରେ ପରିଣତ ହୋଇ ଦିଗ ପରିବର୍ତ୍ତନ କରିବ । ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବ । ବାତ୍ୟା ଓଡ଼ିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମ ବଙ୍ଗ ବାଂଲାଦେଶକୁ ମୁହାଁଇବ । ୨୫ ସୁଦ୍ଧା ବାତ୍ୟା ପଶ୍ଚିମବଙ୍ଗ -ବାଂଲାଦେଶ ଉପକୂଳରେ ପହଞ୍ଚିବ ବୋଲି କହିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ପଶ୍ଚିମବଙ୍ଗ-ବାଂଲାଦେଶ ଉପରେ ଏହାର ସର୍ବାଧିକ ପ୍ରଭାବ ରହିବ । ତେବେ ବାତ୍ୟାର ତୀବ୍ରତା କେତେ ରହିବ ବର୍ତ୍ତମାନ ଯାଏଁ ଆକଳନ କରାଯାଇ ନାହିଁ ବୋଲି ସେ କହିଛନ୍ତି ।
ସେପଟେ ଓଡ଼ିଶାରେ ୨୪ ଓ ୨୫ରେ ଉପକୂଳ ଅଞ୍ଚଳରେ ବର୍ଷା ହେବ । କିଛି ଜାଗାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ଓଡ଼ିଶା ଉପକୂଳରେ ୨୩ରୁ ସମୁଦ୍ର ଅଶାନ୍ତ ରହିବ । ୨୩ରେ ଓଡ଼ିଶା ଉପକୂଳ ସମୁଦ୍ରରେ ୪୦ରୁ ୫୦ କିମି ପବନ ବହିପାରେ । ଓଡ଼ିଶା ଉପରେ ସିଧା ମାଡ଼ ହେଉନଥିବାରୁ ପବନ ଓ ବର୍ଷା ବେଶି ହେବନି ବୋଲି କହିଛନ୍ତି IMD ଡିଜି ।












Click it and Unblock the Notifications