ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା : ପ୍ରଶାସନକୁ ସହଯୋଗ କରନ୍ତୁ, ଦୁଇଟି ଯାକ ଲଢେଇ ଆମେ ନିଶ୍ଚିୟ ଜିତିବା

ଆସୁଥିବା ବାତ୍ୟା ୟଶକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ସମ୍ଭୋଧନ କରିଛନ୍ତି

ଭୁବନେଶ୍ୱର : ଆସୁଥିବା ବାତ୍ୟା ୟଶକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ସମ୍ଭୋଧନ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଆମେ ଏକ ସମୟରେ ଦୁଇଟି ବଡ ବିପଦ କୋଭିଡ ଓ ବାତ୍ୟା ୟଶର ସାମନା କରୁଛୁ । ସ୍ଥାନାନ୍ତର ପାଇଁ ପ୍ରଶାସନକୁ ପୁରା ସହଯୋଗ କରନ୍ତୁ । ଡବଲ ମାସ୍କ ପିନ୍ଧନ୍ତୁ ସୁରଷିତ ରୁହନ୍ତୁ । ଆହୁରି ମଧ୍ୟ ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ଲୋକଙ୍କୁ ମାସ୍କ ଯୋଗାଇବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଦୁଇଟି ଯାକ ଲଢ଼େଇ ଆମେ ନିଶ୍ଚୟ ଜିତିବା । ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର । ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ ପ୍ରାଥମିକତା ବୋଲି ସେ କହିଛନ୍ତି ।
ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରତ୍ୟେକ ଲୋକଙ୍କୁ ନିରାପଦ ସ୍ଥାନରେ ପହଞ୍ଚାଇବା ଆମର ଲକ୍ଷ୍ୟ । ତେଣୁ ସମସ୍ତେ ବାତ୍ୟା ଆଶ୍ରୟସ୍ଥଳ ତଥା ପକ୍କା ଘର ଆଦି ନିରାପଦ ସ୍ଥାନକୁ ଚାଲିଆସିବା ପାଇଁ ସେ ଅନୁରୋଧ କରିଛନ୍ତି । କୋଭିଡ ପାଇଁ ପ୍ରଶାସନ ଗତ ଦୁଇ ମାସ ଧରି ଚାପରେ ଅଛି । ତେଣୁ ବାତ୍ୟାର ମୁକାବିଲା ପାଇଁ ଜନସାଧାରଣ ସ୍ଥାନାନ୍ତର ରେ ପ୍ରଶାସନକୁ ପୁରା ସହଯୋଗ କରିବା ପାଇଁ ସେ ନିବେଦନ କରିଛନ୍ତି । ଯେହେତୁ ଏବେ କୋଭିଡ ସମୟ, ତେଣୁ ଆମକୁ ଅଧିକ ସାବଧାନ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି ।

ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ଅନୁରୋଧ କରି ଆହୁରି କହିଛନ୍ତି ଯେ ଆପଣମାନେ ବାତ୍ୟା ଆଶ୍ରୟସ୍ଥଳ ବା ପକ୍କା ଘର, ଯେଉଁଠାରେ ବି ଥାଆନ୍ତୁ, ଦୁଇଟି ମାସ୍କ ଏକ ସମୟରେ ପିନ୍ଧନ୍ତୁ । ବର୍ତ୍ତମାନ ପରିସ୍ଥିତିରେ ଗୋଟିଏ ନୁହେଁ, ଦୁଇଟି ମାସ୍କ ପିନ୍ଧିବା ଆମ ସ୍ବାସ୍ଥ୍ୟ ପାଇଁ ଖୁବ ଜରୁରୀ । ଡବଲ ବିପଦ ପାଇଁ ଡବଲ ମାସ୍କ । ତା ସହିତ ସାବୁନ ଓ ସାନିଟାଇଜରରେ ହାତ ମଧ୍ୟ ଧୋଇବା ପାଇଁ ସେ ନିବେଦନ କରିଛନ୍ତି । ସାରା ମାନବ ଜାତି ବର୍ତ୍ତମାନ ଏକ କଷ୍ଟକର ସମୟ ଦେଇ ଗତି କରୁଛି ଏବଂ ଗତ ଏକ ବର୍ଷରୁ ଅଧିକ ସମୟ ଧରି କୋଭିଡ ବିରୁଦ୍ଧରେ ଆମର ଲଢେଇ ଜାରି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାତ୍ୟା ୟଶ ବର୍ତ୍ତମାନ ଆମ ପାଇଁ ଆହୁରି ଏକ ବଡ ବିପଦ ଭାବରେ ଦେଖା ଦେଇଛି । ଏକ ସମୟରେ ଦୁଇ ଦୁଇଟି ବଡ ବିପଦ ବାତ୍ୟା ଓ କୋଭିଡ ର ମୁକାବିଲା ଆମକୁ କରିବାକୁ ହେବ । ଗତ ବର୍ଷ ମେ ମାସରେ ମଧ୍ୟ ଆମେ କୋଭିଡ ସହ ବାତ୍ୟା ଅମ୍ଫନ ର ସାମନା କରିଥିଲେ ଏବଂ ଲୋକଙ୍କ ସହଯୋଗରେ ଆମେ ସଫଳତାର ସହ ସେ ପରିସ୍ଥିତିର ମୁକାବିଲା କରିଥିଲେ ବୋଲି ରାଜ୍ୟବାସୀଙ୍କୁ ମନେପକାଇ ଦେଇଛନ୍ତି ନବୀନ । ବାତ୍ୟା ଓଡିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସତର୍କ ରହିବାକୁ ହେବ । ସାମାନ୍ୟ ହେଳା ବଡ ବିପଦ ସୃଷ୍ଟି କରିପାରେ ବୋଲି ସେ ସତର୍କ କରିଥିଲେ। ସରକାର ବାତ୍ୟା ଓ କୋଭିଡ ଦୁଇଟି ଯାକ ପରିସ୍ଥିତିର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଜନସାଧାରଣଙ୍କ ସହଯୋଗ ହିଁ ଆମର ପ୍ରସ୍ତୁତିକୁ ଆହୁରି ମଜବୁତ କରିବ ବୋଲି ସେ ଆଶାପ୍ରକାଶ କରିଥିଲେ ।
ଜନସାଧାରଣଙ୍କୁ ଆହୁରି ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାତ୍ୟା ସମୟରେ ଓ ବାତ୍ୟା ପରେ ଆମେ କୋଭିଡ ପାଇଁ ଅଧିକ ସାବଧାନ ରହିବାକୁ ହେବ । ଆବଶ୍ୟକତାକୁ ଦେଖି ମିଶନ୍ ଶକ୍ତି ଗୋଷ୍ଠୀ ଜରିଆରେ ଲୋକଙ୍କୁ ମାସ୍କ ଯୋଗାଇବା ପାଇଁ ସେ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡିଶା ସବୁବେଳେ ଭଲ କାମ କରିଆସିଛି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ବିପଦ ସମୟରେ ସାଧାରଣଙ୍କ ଠାରୁ ଆରମ୍ଭ କରି ପଞ୍ଚାୟତ ପ୍ରତିନିଧି ବନ୍ଧୁମାନେ ଓ ନାଗରିକ ସମାଜର (Civil society) ବନ୍ଧୁମାନେ ସମସ୍ତେ ସରକାରଙ୍କୁ ପୁରା ସହଯୋଗ ଦେଇ ଆସିଛନ୍ତି । ତେଣୁ ଏଥର ମଧ୍ୟ, ଆମେ ସମସ୍ତେ ମିଶି ଏ ଦୁଇ ବିପଦ ବିରୁଦ୍ଧରେ ଏକାଠି ଲଢିବା ଓ ନିଶ୍ଚୟ ଜିତିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ପୁଣି ଥରେ ସମସ୍ତଙ୍କୁ ଦୁଇଟି ମାସ୍କ ପିନ୍ଧିବା ପାଇଁ ଅନୁରୋଧ କରିଥିଲେ। ବାତ୍ୟା ଆଶ୍ରୟସ୍ଥଳରେ ଓ ଘରେ ପିନ୍ଧିବା ସହିତ ବାତ୍ୟା ଗଲା ପରେ ମଧ୍ୟ ଦୁଇଟି ମାସ୍କ ପିନ୍ଧିବା ଜାରି ରଖିବାକୁ ସେ ଅନୁରୋଧ କରିଥିଲେ । ପରିଶେଷରେ ଏହି ଦୁଇ ଲଢେଇରେ ବିଜୟ ପାଇଁ ପ୍ରଶାସନକୁ ପୁରା ସହଯୋଗ ଦେବାକୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+