ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା 'ୟଶ': ଆଇଏମଡ଼ି ଡିଜି
ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା 'ୟଶ'। ୨୬ ସନ୍ଧ୍ୟାରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ ହେବ ବୋଲି ରାଜ୍ୟର ଏକ ପ୍ରମୁଖ ଟିଭି ଚ୍ୟାନେଲକୁ ସୂଚନା ଦେଇ କହିଛନ୍ତି ଆଇଏମଡ଼ି ଡିଜି।
ଭୁବନେଶ୍ୱର: ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା 'ୟଶ'। ୨୬ ସନ୍ଧ୍ୟାରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ ହେବ ବୋଲି ରାଜ୍ୟର ଏକ ପ୍ରମୁଖ ଟିଭି ଚ୍ୟାନେଲକୁ ସୂଚନା ଦେଇ କହିଛନ୍ତି ଆଇଏମଡ଼ି ଡିଜି।

ଲ୍ୟାଣ୍ଡଫଲ ବେଳେ ପବନର ବେଗ ୧୫୫ରୁ ୧୬୫ କିମି ରହିବ। ଏହାସହ ବେଳେ ବେଳେ ପବନର ବେଗ ୧୮୫ କିମି ଛୁଇଁବ ବୋଲି ସେ କହିଛନ୍ତି । ୨୪ ତାରିଖ ସନ୍ଧ୍ୟାରୁ ୪୦ରୁ ୫୦ କିମି ବେଗରେ ପବନ ବହିବ ଏହାସହ ୨୫ରୁ ପବନର ବେଗ ବଢ଼ିବ।
ଉଲ୍ଲେଖଯୋଗ୍ୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତରେ ପରିଣତ ହୋଇଛି। ଆସନ୍ତାକାଲି ସକାଳେ ଏହା ଅତିଭୀଷଣ ସାମୁଦ୍ରିକ ଝଡ଼ 'ୟାସ୍' ରେ ପରିଣତ ହୋଇ ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ।
ତେବେ ବାତ୍ୟା 'ୟଶ' ଦ୍ବାରା ରାଜ୍ୟର ୪ଟି ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି- ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲା। ଏସବୁ ଜିଲ୍ଲାରେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ।
ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ଯାହା ଆକଳନ କରାଯାଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। କେତେକ ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ପବନର ବେଗ ଯାହା ରହିଛି ଏଥିରେ ବଡ଼ ବଡ଼ ଗଛ ଉପୁଡ଼ିପାରେ ଏହାସହ ଆଜବେଷ୍ଟସ, କଚା ଓ ଟିଣ ଘର ଭାଙ୍ଗିବାର ସମ୍ଭାବନା ବି ରହିଛି ବୋଲି ପାଣିପାଗ ବିଭାଗ କହିଛି। ପବନରେ ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ିବା ସହ କ୍ଷତି ଘଟାଇବ ବୋଲି ସୂଚନା ମିଳିଛି।












Click it and Unblock the Notifications