ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ, କିଛି ସମୟ ପରେ ନେବ ଅବପାତର ରୂପ
ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଆସନ୍ତା ୧୨ ଘଣ୍ଟା ଭିତରେ ଏହା ଅବପାତ ବା ଡିପ୍ ପ୍ରେସନରେ ପରିଣତ ହେବ।
ଭୁବନେଶ୍ୱର: ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଆସନ୍ତା ୧୨ ଘଣ୍ଟା ଭିତରେ ଏହା ଅବପାତ ବା ଡିପ୍ ପ୍ରେସନରେ ପରିଣତ ହେବ। ପାଣିପାଗ ବିଭାଗର ଆକଳନ ଅନୁଯାଇ, ଅବପାତ ହେବା ପରେ ଆସନ୍ତାକାଲି ଏହା ବାତ୍ୟା ୟାସ୍ ର ରୂପ ନେବ । ପରେ ଏହା ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ।

୨୬ ତାରିଖ ସନ୍ଧ୍ୟା ସୁଦ୍ଧା ପଶ୍ଚିମବଙ୍ଗ ସମେତ ଓଡିଶା ଓ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବ । ହେଲେ ନିର୍ଦ୍ଦିଷ୍ଟ କେଉଁ ସ୍ଥାନରେ ଲ୍ୟାଣ୍ଡଫଲ୍ କରିବ ସେନେଇ କୈାଣସି ସ୍ପଷ୍ଟ ତଥ୍ୟ ଦେଇନାହିଁ ଆଇଏମଡି ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ୨୪ ସନ୍ଧ୍ୟା ବେଳକୁ ଓଡିଶା ଉପକୂଳରେ ପବନର ବେଗ ରହିବ ଘଂଟାପ୍ରତି ୪୦ ରୁ ୫୦ କିମି ସର୍ବାଧିକ ୬୦ କିମି ରହିବ । ପରେ ବାତ୍ୟା ୟଶ ଉପକୂଳ ଛୁଇଁବା ବେଳକୁ ପବନର ବେଗ ଘଣ୍ଟା ପ୍ରତି ୧୨୦ରୁ ୧୬୫ କିଲୋମିଟର ରହିପାରେ। ମଝିରେ ମଝିରେ ଏହା ୧୮୫ କି.ମି ମଧ୍ୟ ଛୁଇଁପାରେ।
ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ- ବାଂଲାଦେଶ ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି IMD। ୟାସ୍ ପ୍ରଭାବରେ ୨୫ ତାରିଖ ଅପରାହ୍ନରୁ ଉତ୍ତର ଓଡ଼ିଶା ସହିତ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ।
ଏପଟେ, ବାତ୍ୟା ମୁକାବିଲା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ୧୭ଟି ଏନଡ଼ିଆରଫ, ୨୦ଟି ଓଡ୍ରାଫ, ୧୫୦ଟି ଫାୟାର ଟିମକୁ ଆଜି ବିଭିନ୍ନ ଜିଲ୍ଲାକୁ ପଠାଯିବ। ବାଲେଶ୍ୱର ପାଇଁ ୭ଟି, ଭଦ୍ରକ ପାଇଁ ୪ଟି, କେନ୍ଦ୍ରାପଡ଼ା ପାଇଁ ୩ଟି, ଯାଜପୁର ପାଇଁ ୨ଟି, ମୟୂରଭଂଜ ପାଇଁ ଗୋଟିଏ NDRF ଟିମ୍ ମୁତୟନ ହେବ। ଏହାସହ ଆଉ ୪ଟି ଟିମ୍ ଏମର୍ଜେନ୍ସି ପାଇଁ ମୁଖ୍ୟାଳୟରେ ରହିବେ ବୋଲି ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜଣାପଡ଼ିଛି।












Click it and Unblock the Notifications