୨୪ ସନ୍ଧ୍ୟାରୁ ଆରମ୍ଭ ହୋଇଯିବ ଝଡ଼ପବନ, ଉପକୂଳବର୍ତ୍ତୀ ଜିଲ୍ଲାକୁ ହାଇଆଲର୍ଟ ଜାରି କଲେ ରାଜ୍ୟ ସରକାର

ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ରାଜ୍ୟ ସରକାର । ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକୁ ହାଇ ଆଲର୍ଟ ଜାରି କରାଯାଇଛି । ବାତ୍ୟା ମୁକାବିଲା ପାଇଁ ସବୁ ପ୍ରସ୍ତୁତି କରିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପର ରୂପ ନେବ ଓ ୨୪ତାରିଖ ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି। ଏହାସହିତ ୨୪ତାରିଖ ସନ୍ଧ୍ୟାରୁ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଘଣ୍ଟାପ୍ରତି ୪୦ରୁ ୬୦କିମି ବେଗରେ ଝଡ଼ପବନ ବୋହିବାର ସମ୍ଭାବନା ରହିଛି।

Cyclone Yaas

ଫଳରେ ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ରାଜ୍ୟ ସରକାର । ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକୁ ହାଇ ଆଲର୍ଟ ଜାରି କରାଯାଇଛି । ବାତ୍ୟା ମୁକାବିଲା ପାଇଁ ସବୁ ପ୍ରସ୍ତୁତି କରିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ବାତ୍ୟା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ ।

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ପରେ ପ୍ରତିକ୍ରିୟା ରଖିଛନ୍ତି ଏସଆରସି । ଏସଆରସି କହିଛନ୍ତି, ବର୍ତ୍ତମାନ ୩୯ ମତ୍ସଜୀବୀ ସମୁଦ୍ର ଭିତରେ ଅଛନ୍ତି । ସେମାନଙ୍କୁ କାଲି ସୁଦ୍ଧା ଫେରାଇ ଆଣିବାକୁ ସବୁ ପ୍ରକାର ପଦକ୍ଷେପ ନିଆଯାଉଛି । ଭାରତୀୟ କୋଷ୍ଟ ଗାର୍ଡର ଦୁଇଟି ଉଡା ଜାହାଜ ଓ ଜାହାଜ ମଧ୍ୟ ବଙ୍ଗୋପ ସାଗରରେ ପଇନ୍ତରା ମାରୁଛନ୍ତି ।

ସେପଟେ ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ସନ୍ଧ୍ୟା ୬ଟା ୧୫ମିନିଟରେ ଜାରି ପ୍ରେସ୍ ସୂଚନା ଅନୁସାରେ, ଆଜି ଦକ୍ଷିଣ-ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ସମୁଦ୍ର ପତ୍ତନଠାରୁ ୩.୧କିମିରୁ ୫.୮କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଅର୍ଥାତ୍ ୨୨ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ଅଂଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହା ଉତ୍ତର-ପଶ୍ଚିମ ଦିଗରେ ଗତିରେ ୨୪ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଏକ ସାମୁଦ୍ରିକ ଝଡ଼ ବା ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହିତ ଆହୁରି ଘନୀଭୂତ ହୋଇ ୨୬ତାରିଖ ସକାଳ ସମୟରେ ଉତ୍ତର ବଙ୍ଗୋପସାଗର ତଥା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ନିକଟରେ ପହଂଚିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର କହିଛି। ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଓ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ୨୪ତାରିଖ ସନ୍ଧ୍ୟାରୁ ଝଡ଼ପବନ ଘଣ୍ଟା ପ୍ରତି ୪୦ରୁ ୫୦କିମି ଓ ପରେ ୬୦କିମି ବେଗରେ ବୋହିବାର ସମ୍ଭାବନା ଅଛି ।

ପବନର ବେଗ ଧୀରେ ଧୀରେ ବୃଦ୍ଧି ପାଇଁ ୨୫ତାରିଖ ସନ୍ଧ୍ୟାବେଳକୁ ଘଣ୍ଟାପ୍ରତି ୭୦କିମି ଓ ୨୬ତାରିଖ ଅପରାହ୍ନରେ ଏହା ଆହୁରି ଅଧିକ ଶକ୍ତିଶାଳୀ ହେବ ବୋଲି ଜଣାପଡ଼ିଛି। ୨୪ରୁ ୨୬ତାରିଖ ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରର ଅଧିକାଂଶ ଅଂଚଳ, ଉତ୍ତର ବଙ୍ଗୋପସାଗର ଓ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସମୁଦ୍ର ଅତ୍ୟନ୍ତ ଅଶାନ୍ତ ରହିବାର ସମ୍ଭାବନା ରହିଛି। ତେଣୁ ମତ୍ସ୍ୟଜୀବୀମାନେ ୨୩ରୁ ୨୫ତାରିଖ ପର୍ଯ୍ୟନ୍ତ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଂଚଳ ଏବଂ ୨୫ରୁ ୨୭ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ତଥା ଓଡ଼ିଶା ଉପକୂଳରେ ସମୁଦ୍ର ଭିତରକୁ ପ୍ରବେଶ ନକରିବାକୁ ପରାମର୍ଶ ଦିଆଯାଇଛି। ୨୩ତାରିଖ ସୁନ୍ଧା ସମୁଦ୍ରରୁ ଫେରି ଆସିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+