ବାଲେଶ୍ୱର ଆଖପାଖରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା 'ୟଶ'
ଆସନ୍ତା ୨୬ ତାରିଖ ମଧ୍ୟାହ୍ନରେ ବାତ୍ୟା ‘ୟାସ୍’ ସ୍ଥଳଭାଗକୁ ଛୁଇଁବ। ପାରାଦୀପ-ସାଗରଦ୍ୱୀପ ମଝିରେ ବାଲେଶ୍ୱର ପାଖାପାଖରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ୟଶ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ।
ଭୁବନେଶ୍ୱର: ଆସନ୍ତା ୨୬ ତାରିଖ ମଧ୍ୟାହ୍ନରେ ବାତ୍ୟା 'ୟାସ୍' ସ୍ଥଳଭାଗକୁ ଛୁଇଁବ। ପାରାଦୀପ-ସାଗରଦ୍ୱୀପ ମଝିରେ ବାଲେଶ୍ୱର ପାଖାପାଖରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ୟଶ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ।

ଝଡର ରୂପ ନେଇ ମଝି ସମୁଦ୍ରରୁ ସ୍ଥଳଭାଗକୁ ମାଡି ଆସୁଛି ବାତ୍ୟା ୟାସ । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ବର୍ତ୍ତମାନ ଏହା ସମୁଦ୍ର ମଧ୍ୟରେ ସାମୁଦ୍ରିକ ଝଡ଼ ବା ବାତ୍ୟାରେ ପରିଣତ ହୋଇଛି । ଆଗାମୀ ୧୨ ଘଂଟାରେ ଏହା ଅତିଭୀଷଣ ବାତ୍ୟାର ରୂପ ନେବ । ଏହା ଘଂଟା ପତି ୪ କିଲୋମିଟର ବେଗରେ ଗତି କରୁଛି । କ୍ରମଶଃ ଓଡ଼ିଶା ଉପକୂଳ, ବାତ୍ୟାର କେନ୍ଦ୍ରସ୍ଥଳ ମଧ୍ୟରେ ଥିବା ବ୍ୟବଧାନ କମିବାରେ ଲାଗିଛି ।
ବାତ୍ୟା ଲ୍ୟାଣ୍ଡଫଲ୍ ପୂର୍ବରୁ ଅର୍ଥାତ ୨୫ ତାରିଖରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, ଢେଙ୍କାନାଳ, ଗଞ୍ଜାମ, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାନା ରହିଛି।
୨୬ ତାରିଖରେ ବର୍ଷାର ପରିମାଣ ବଢ଼ିବ ବୋଲି ଶ୍ରୀ ବିଶ୍ୱାସ କହିଛନ୍ତି। ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୭ ତାରିଖରେ ବର୍ଷାର ପରିମାଣ କମିଯିବ ବୋଲି ଶ୍ରୀ ବିଶ୍ୱାସ କହିଛନ୍ତି।












Click it and Unblock the Notifications