ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲି ଠୁ ବଢିବ ବର୍ଷା ପରିମାଣ
ଭୁବନେଶ୍ୱର : ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ପଶ୍ଚିମ କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ, ସମୁଦ୍ର ପତ୍ତନ ଠାରୁ 5.8 ରୁ 7.6 କିମି ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆଗାମୀ 24 ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ବଢିବ ବର୍ଷାର ପରିମାଣ ।

ଅପରପକ୍ଷରେ ମୌସୁମୀ ନିମ୍ନଚାପ ରେଖା ଆଜି ଗୁଜୁରାଟ ର ଦେସା ରୁ ବାହାରି ଇନ୍ଦୋର, ଦାମୋହ, ପେନ୍ଦ୍ରାରୋଡ଼ ଏବଂ ଓଡ଼ିଶାର ଗୋପାଳପୁର ରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର 105 କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହା ପ୍ରଭାବରେ ଓଡ଼ିଶାର କେତକେ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଲଘୁଚାପ ଓ ମୌସୁମୀ ପ୍ରଭାବରେ 25 ତାରିଖ ଦିନ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ସହ ସୁବର୍ଣ୍ଣପୁର, ବୌଦ୍ଧ, କଟକ, ଖୋର୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ଆକଳନ କରାଯାଇଛି । ଏହି ସବୁ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । 26 ଓ 27 ରେ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଚଳିତ ମୌସୁମୀ ଋତୁରେ, ଜୁନ ପହିଲାରୁ ଆଜି 24 ଜୁଲାଇ ସୁଦ୍ଧା ରାଜ୍ୟରେ 407 .9 ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ଵାଭାଵିକ ବର୍ଷା 466.7 ମିମି ତୁଳନାରେ 13 ପ୍ରତିଶତ କମ ରହିଛି । ଏହି ଅବଧି ମଧ୍ୟରେ ମାଲକାନଗିରି ଜିଲ୍ଲାରେ ସର୍ବାଧିକ 696.8 ମିମି ସହ 42 ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଛି । ସେହିପରି ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ 227.5 ମିମି ସହ 35 % ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।
ମୌସୁମୀ ସ୍ୱାଭାବିକ ସହ ଗତ 24 ଘଣ୍ଟାରେ ରାଜ୍ୟରେ ହାରାହାରି 6.4 ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା 7.9 ମିମି ତୁଳନାରେ 19 ପ୍ରତିଶତ କମ ରହିଛି ।
-
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା !












Click it and Unblock the Notifications