ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, IMD ଡିଜି କହିଲେ, ପ୍ରାକ୍ ମୌସୁମୀ ପରିବେଶ ବାତ୍ୟା ପାଇଁ ଅନୁକୂଳ

ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସକାଳ ୫ଟା ୩୦ରେ ଘୁର୍ଣ୍ଣିବଳୟ ସୃଷ୍ଟି ନେଇ ଟ୍ୱିଟ୍ କରି ସୂଚନା ଦେଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସକାଳ ୫ଟା ୩୦ରେ ଘୁର୍ଣ୍ଣିବଳୟ ସୃଷ୍ଟି ନେଇ ଟ୍ୱିଟ୍ କରି ସୂଚନା ଦେଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୬ ତାରିଖରେ ସମାନ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

Cyclone

ପାଣିପାଗ ବିଭଗର ସୂଚନା ଅନୁଯାୟୀ, ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅଧିକ ସ୍ପଷ୍ଟ ହେବ।

ଘୂର୍ଣ୍ଣିବଳୟର ପ୍ରଭାବ ନେଇ ସୂଚନା ଦେଲେ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ । ବର୍ତ୍ତମାନ ତୀବ୍ରତା ଓ କେଉଁ ଆଡ଼କୁ ଯିବ ଆକଳନ କରାଯାଇନି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ଆକଳନ କରାଯାଇପାରିବ ବୋଲି ସେ କହିଛନ୍ତି । ତେବେ ଲଘୁଚାପର ପ୍ରଭାବରେ ଦକ୍ଷିଣ ଓଡିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶର ଉପକୂଳରେ ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ, ପ୍ରାକ୍ ମୌସୁମୀ ପରିବେଶ ବାତ୍ୟା ପାଇଁ ଅନୁକୂଳ ରହିଛି । ତେବେ ଲଘୁଚାପ କ୍ଷେତ୍ର ହେଲା ପରେ ଏନେଇ ସଠିକ ଆକଳନ କରି ହେବ । କେତେ ରହିବ ତୀବ୍ରତା ଓ କେଉଁଠି ଲ୍ୟାଣ୍ଡଫଲ୍ କରିବ, ଲଘୁଚାପ ହେଲେ ଜଣାପଡ଼ିବ ବୋଲି ସେ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+