Get Updates
Get notified of breaking news, exclusive insights, and must-see stories!

ଗୁଲାବର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ: ପ୍ରାୟ ୩ ଘଣ୍ଟା ଧରି ଜାରି ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

ଭୁବନେଶ୍ବର: ସାମୁଦ୍ରିକ ଝଡ 'ଗୁଲାବ'ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି ରହିବ । ଏ ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ବର୍ତ୍ତମାନ ବାତ୍ୟା ଗୁଲାବ ଗୋପାଳପୁର ଠାରୁ ୧୦୦ କିମି ଓ କଳିଙ୍ଗପାଟନମ୍ ଠାରୁ ୯୦ କିଲୋମିଟର ଦୂରରେ ରହିଛି । ଲ୍ୟାଣ୍ଡଫଲ୍ ସମୟରେ ପବନର ଘଣ୍ଟାପ୍ରତି ବେଗ ୭୫-୮୫ କିମି ରହିବା ଆଶଙ୍କା କରାଯାଉଥିବା ବେଳେ ଝଟକା ପବନ ସର୍ବାଧିକ ୯୫ କିମି ବେଗରେ ବହିପାରେ ।

gulab

ଶ୍ରୀ ମହାପାତ୍ର କହିଛନ୍ତି ଯେ, ବାତ୍ୟାର କ୍ଲାଉଡ଼ ବ୍ୟାଣ୍ଡ ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ଓଡ଼ିଶାର ଦକ୍ଷିଣ ଉପକୂଳକୁ ଛୁଇଁଛି | କଳିଙ୍ଗପାଟନମଠାରୁ ୨୫ କିଲୋମିଟର ଦୂରତାରେ ଏହା ଉପକୂଳକୁ ଅତିକ୍ରମ କରିବ ବୋଲି ସେ କହିଛନ୍ତି | ବର୍ତ୍ତମାନ ପୁରୀରେ ଘଣ୍ଟା ପ୍ରତି ୩୧ କିଲୋମିଟର ବେଗରେ ପବନ ବୋହୁଥିବାବେଳେ ଗୋପାଳପୁରରେ ଘଣ୍ଟା ପ୍ରତି ୨୬ କିଲୋମିଟର ବେଗରେ ପବନ ବୋହୁଛି |

ତେବେ ବାତ୍ୟା ଉପକୂଳ ନିକଟକୁ ଯେତେ ଅଧିକରୁ ଅଧିକ ଆସିବ ପବନର ବେଗ ସେତେ ବଢିବ | ପୂର୍ବ ପୂର୍ବାନୁମାନ ମୁତାବକ ପବନର ବେଗ ସର୍ବାଧିକ ୭୫ରୁ ୮୫ କିଲୋମିଟର ବେଗ ରହିପାରେ | ଗଞ୍ଜାମ ଓ ଗଜପତିରେ ସର୍ବାଧିକ ପ୍ରଭାବ ପକାଇପାରେ ବୋଲି ସେ କହିଛନ୍ତି |

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+