ଆସୁଛି ବାତ୍ୟା, ୬ ସୁଦ୍ଧା ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ !
ଭୁବନେଶ୍ୱର: ବଙ୍ଗୋପସାଗରରେ ଆସନ୍ତା ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବାନା ରହିଛି । ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ହେବ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଶଙ୍କା କରାଯାଉଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ରହିବ କି ନା, ତାହା ଏଯାଏ ସ୍ପଷ୍ଟ ହୋଇନି। ସେପଟେ ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ । ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।

ସେହିପରି ଆଜି ୧୦ ଜିଲ୍ଲାରେ ବର୍ଷା ହୋଇପାରେ । ତେଣୁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି । ଏହି ଜିଲ୍ଲା ଗୁଡୁକ ହେଲା ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଂଗପୁର, କୋରାପୁଟ, ମାଲକାନଗିରି ।
ଅନ୍ୟପଟେ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍ ମେ ଦ୍ୱିତୀୟ ସପ୍ତାହରେ ବାତ୍ୟା ସମ୍ଭାବନା ନେଇ ଆକଳନ କରିଛନ୍ତି । ଚଳିତ ସପ୍ତାହ ଶେଷ ଆଡକୁ କିମ୍ବା ଆସନ୍ତା ସପ୍ତାହ ଆରମ୍ଭ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ସେ କହିଛନ୍ତି । ତେବେ ଲଘୁଚାପଟି ସାମୁଦ୍ରିକ ଝଡ଼ର ରୂପ ନେବା ଯଥେଷ୍ଟ ସମ୍ଭାବନା ଥିବା ଅନୁମାନ କରିଛନ୍ତି ଜାସନ ନିକୋଲ୍ସ । ପୂର୍ବ ଭାରତରୁ ଆରମ୍ଭ କରି ବାଂଲାଦେଶ ଓ ମିଆଁମାର ପର୍ଯ୍ୟନ୍ତ ଏହାର ପ୍ରଭାବ ପଡିପାରେ ବୋଲି ସେ ଆକଳନ କରିଛନ୍ତି ।
ସେପଟେ ସମ୍ଭାବ୍ୟ ବାତ୍ୟା ପାଇଁ ଆଜି ଅପରାହ୍ନରେ ଏକ ଉଚ୍ଚସ୍ତରୀୟ ବୈଠକ ଡାକିଥିଲେ । ପ୍ରଶାସନକୁ ଆଗୁଆ ପ୍ରସ୍ତୁତ ରହିବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତାର ଆକଳନ ବହୁତ ଜଟିଳ । ୨୦୧୯ରେ ଫନି ବାତ୍ୟା ମଧ୍ୟ ଏହିପରି ଅଚାନକ ଆସି ବ୍ୟାପକ କ୍ଷୟକ୍ଷତି କରିଥିଲା । ଆମ ପାଇଁ ସବୁ ଜୀବନ ମୂଲ୍ୟବାନ । ତେଣୁ ଏଥିରେ କୌଣସି ବିଳମ୍ବ ନ କରି ଆମକୁ ଆଗୁଆ ପ୍ରସ୍ତୁତ ରହିବାକୁ ପଡିବ ।
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
କ୍ରସ୍ ଭୋଟିଂକୁ ନେଇ ପିସିସି ସଭାପତିଙ୍କ ବିସ୍ଫୋରକ ବୟାନ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍...












Click it and Unblock the Notifications