ଡିସେମ୍ବର 2 ସୁଦ୍ଧା ବାତ୍ୟା, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧିଲାଣି ବାତ୍ୟା । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ବାତ୍ୟା ସୃଷ୍ଟି ହେବ । ଆଣ୍ଡାମାନ ସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଏବେ ୱେଲ୍ ମାର୍କଡ ଲୋ' ପ୍ରେସରରେ ପରିଣତ ହୋଇଛି । ଆସନ୍ତାକାଲି ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । କ୍ରମଶଃ ଏହା ଘନୀଭୂତ ହୋଇ ଡିପ୍ରେସନରେ ପରିଣତ ହେବ । ପୁଣି ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ । ଏ ନେଇ ପାଣିପାଗ ସୂଚନା ଦେଇଛି ।

30 ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବା ସମ୍ଭାବନା ଅଛି । ପରେ ଉତ୍ତର ପଶ୍ଚିମ ଦିଗରେ ମୁହାଁଇବ । 2 ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ଓ ପାଖ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାତ୍ୟା ରୂପ ନେବ ।
ଏହା ସହ ସମ୍ଭାବ୍ୟ ବାତ୍ୟାକୁ ନେଇ 7 ଜିଲ୍ଲାର ଜିଲ୍ଲାପାଳଙ୍କୁ SRC ଚିଠି ଲେଖିଛନ୍ତି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି । ସେହିପରି ଚାଷୀଙ୍କୁ ସତର୍କ କରାଇବାକୁ ଏସ୍ଆରସି କହିଛନ୍ତି । ବିଭିନ୍ନ ବିଭାଗର ସଚିବଙ୍କୁ ମଧ୍ୟ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପରିକି ଡିସେମ୍ବର 1 ତାରିଖରୁ ସମୁଦ୍ରରେ ପବନ ବହିବ । ତେଣୁ ସମୁଦ୍ରକୁ ନ ଯିବାକୁ ଧୀବରଙ୍କୁ ପରାମର୍ଶ ଦିଆଯାଇଛି ।
ଏହାର ୪୮ ଘଣ୍ଟା ମଧ୍ୟରେ ତାହା ବାତ୍ୟାରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏହା ପ୍ରଭାବରେ ୧ ତାରିଖରୁ ସମୁଦ୍ର ଅଶାନ୍ତରୁ ଅଧିକ ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ କେନ୍ଦ୍ରୀୟ ବଙ୍ଗୋପସାଗରର ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଯେଉଁ ମତ୍ସ୍ୟଜୀବୀ ଗଭୀର ସମୁଦ୍ରରେ ରହିଛନ୍ତି, ସେମାନେ ୧ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ କୁହାଯାଇଛି।












Click it and Unblock the Notifications