Get Updates
Get notified of breaking news, exclusive insights, and must-see stories!

ଛତିଶଗଡରେ ନକ୍ସଲ ଆକ୍ରମଣ: ଓଡ଼ିଶାର ୩ ଜିଲ୍ଲାରେ ହାଇଆଲର୍ଟ

Dantewada Naxal Attack: ଛତିଶଗଡ଼ରେ ବଡ଼ ଧରଣର ନକ୍ସଲ ଆକ୍ରମଣ ପରେ ଓଡ଼ିଶାରେ ହାଇଆଲର୍ଟ । ଛତିଶଗଡ଼ ସୀମାକୁ ଲାଗିରହିଥିବା ୩ ଜିଲ୍ଲାକୁ ଆଲର୍ଟ କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ହାଇ ଆଲର୍ଟ ଜାରି କରାଯାଇଛି । ଏନେଇ ରାଜ୍ୟ ପୋଲିସ ଗୁଇନ୍ଦା ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । କମିଂ ଅପରେସନ ଜୋରଦାର କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

ସୀମା ଅଞ୍ଚଳରେ ଚେକିଂ, ବ୍ଲକିଂ, କରିବା ପାଇଁ ନିର୍ଦ୍ଦେଶ ରହିଛି । ଏନେଇ ସୂଚନା ଦେଲେ ରାଜ୍ୟ ପୋଲିସ ଗୁଇନ୍ଦା ନିର୍ଦ୍ଦେଶକ ସଂଜୀବ ପଣ୍ତା । ଖବର ଏହା ମଧ୍ୟ ରହିଛି ଯେ, ବର୍ତ୍ତମାନ ନକ୍ସଲଙ୍କୁ ଚାରି ପଟରୁ ଘେରି ଅପରେସନ ଆରମ୍ଭ କରାଯାଇଛି । ଉଭୟ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ଅଧିକ ଫୋର୍ସ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।

 dantewada naxal attack

ନକ୍ସଲ ଆକ୍ରମଣକୁ କଡ଼ା ନିନ୍ଦା କରିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି, ନକ୍ସଲଙ୍କୁ ନିପାତ କରିବା ପାଇଁ ଯୋଜନା ପ୍ରସ୍ତୁତ କରାଯିବ । କୌଣସି ପରିସ୍ଥିତିରେ ମଧ୍ୟ ତାଙ୍କୁ ଛଡା ଯିବ ନାହିଁ । ଏହାସହ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ସହିଦ ଯବାନଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଅନ୍ୟପଟେ ଗୃହମନ୍ତ୍ରୀ ଅମିତ ଶାହା ଫୋନ ଯୋଗେ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଏବଂ କେନ୍ଦ୍ର ପକ୍ଷରୁ ସମ୍ପୁର୍ଣ୍ଣ ସହଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

ସୂଚନାଥାଉ ଯେ, ଦନ୍ତେୱାଡାର ଅରନପୁରରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ (ଡିଆରଜି) ଫୋର୍ସକୁ ନେଇ ଯାଉଥିବା ଏକ ଗାଡି ଉପରକୁ ନକ୍ସଲ ଆଇଇଡି ଆକ୍ରମଣ କରିଥିଲେ । ହଠାତ ଏହି ଆକ୍ରମଣ ହେବାରୁ ଗାଡ଼ିରେ ଥିବା ୧୦ ଜଣ ଡିଆରଜି ଯବାନ ଏବଂ ଜଣେ ଡ୍ରାଇଭର ସହିଦ ହୋଇଛନ୍ତି । ଆକ୍ରମଣ ଏତେ ଭୟାବହ ଥିଲା ଯେ ଗାଡ଼ି ସମ୍ପୂର୍ଣ୍ଣ ଭାଙ୍ଗିଯିବା ସହ ଚାରିଆଡେ ବିଛାଇ ହୋଇପଡ଼ିଥିବା ଦେଖିବାକୁ ମିଳିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+