ଆସନ୍ତାକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି, 4 ଘଣ୍ଟା ଜଗା ଦର୍ଶନ ବନ୍ଦ
ଆସନ୍ତାକାଲି ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ସମ୍ପନ୍ନ କରିବେ ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ କାଲି ସଂଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।












Click it and Unblock the Notifications