ଟ୍ରେନ୍ ଚକା ତଳେ ଚାଲିଗଲା ମା', ଝିଅଙ୍କ ଜୀବନ, ମୃତ୍ୟୁ ସହ ସଂଘର୍ଷ କରୁଛି ପୁଅ
ଟ୍ରେନ୍ ଦୁର୍ଘଟଣାକୁ ନେଇ ସାମ୍ନାକୁ ଆସିଛି ଏକ ଦୁଃଖଦ ଘଟଣା । ଟ୍ରେନ୍ ରେ କଟି ପ୍ରାଣ ହରାଇଛନ୍ତି ମା', ଝିଅ । ଗୁରୁତର ଅବସ୍ଥାରେ ମୃତ୍ୟୁ ସହ ସଂଘର୍ଷ କରୁଛି 4 ବର୍ଷର ପୁଅ ।

ମୃତକମାନେ ଗଞ୍ଜାମ ଜିଲ୍ଲା ଜରଡା ଅଞ୍ଚଳର ବୋଲି ଜଣା ପଡ଼ିଛି । ମୃତକଙ୍କ ମଧ୍ୟରେ 25 ବର୍ଷୀୟା ମହିଳା ୟୁ. ଶ୍ରାବଣୀ ଏବଂ 8 ମାସର ଝିଅ ୟୁ. ଶ୍ରୀ ରହିଛନ୍ତି । ମୃତଦେହକୁ ପୋଲିସ ଜବତ କରିଛି । 4 ବର୍ଷର ପୁଅକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଏମକେସିଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିବା ପୁଅର ନାଁ ୟୁ ହର୍ଷତ ।
କିପରୁ ଟ୍ରେନରେ କଟିଗଲେ ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନଥିବା ବେଳେ ଗତକାଲି ରାତିରେ ଆତ୍ମହତ୍ୟା କରିବା ଉଦ୍ଦେଶ୍ୟରେ ଏମାନେ ଚଳନ୍ତା ଟ୍ରେନ ସମ୍ନାକୁ ଚାଲି ଆସିଥିବା କୁହାଯାଉଛି । ପାରିବାରିକ ବିବାଦକୁ ନେଇ ମହିଳଆ ଜଣକ ଏପରି ଚରମ ନିଷ୍ପତ୍ତି ନେଇଥିବା କୁହାଯାଉଛି । ଏପରିକି ଅନ୍ୟ କିଛି ଲୋକଙ୍କ କହିବା ଅନୁଯାୟୀ, ଶ୍ରାବଣୀ ପିଲାଙ୍କୁ ଧରି ଆସୁଥିବାବେଳେ ଟ୍ରେନ ଆସୁଛି ବୋଲି ଜାଣି ପାରି ନ ଥିଲେ । ପଲାସା ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇଜଣଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications