ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା, ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ....
ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସେହିପରି ସର୍ବନିମ୍ନ ବା ରାତି ତାପମାତ୍ରା ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଗୁରୁବାର ବର୍ଷା ହୋଇଛି।
ନୟାଗଡ଼ ଜିଲା ବାରମୂଳରେ ୫.୪ ମି.ମି. ବର୍ଷା ହୋଇଥିବାବେଳେ କେନ୍ଦ୍ରାପଡ଼ା ମାର୍ଶାଘାଇରେ ୫ମି.ମି., ଡେରାବିଶରେ ୨.୫ମି.ମି., ଗରଦପୁରରେ ୨ମି.ମି., ଗଞ୍ଜାମ ଦିଗପହଣ୍ଡିରେ ୫ମି.ମି., ଯାଜପୁର ଜେନାପୁରରେ ୨.୨ ମି.ମି., ଜଗତ୍ସିଂହପୁର ପାରାଦୀପରେ ୧.୫ମି.ମି ଏବଂ ଗଜପତି ଜିଲା ମୋହନାଠାରେ ୦.୪ ମି.ମି. ବର୍ଷା ରେକର୍ଡ କରାଯାଇଛି।

ସେହିପରି ଗତ ୨୪ଘଣ୍ଟାରେ ରାଜ୍ୟର ୯ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ଏବଂ ଏହାଠାରୁ କମ୍ ରହିଥିଲା। ସର୍ବନିମ୍ନ ନିମ୍ନତମ ତାପମାତ୍ରା ସମତଳ ଅଞ୍ଚଳ ଭାବେ ରାଉରକେଲାଠାରେ ୧୨.୨ ଡିଗ୍ରୀ, ଜି.ଉଦୟଗିରିରେ ୯.୭ ଡିଗ୍ରୀ ଏବଂ ପାରଳାଖେମୁଣ୍ଡିଠାରେ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ ରେକର୍ଡ ହୋଇଥିଲା। କିନ୍ତୁ ଏବେ ରାଜ୍ୟରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନ ଥିବାରୁ ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ।
-
ଇରାନ ଜାହାଜକୁ ନେଇ ମୁହଁ ଖୋଲିଲେ ଜୟଶଙ୍କର ‘ଆମେ ଯାହା କରିଛୁ ଠିକ୍ କରିଛୁ’, -
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା .....












Click it and Unblock the Notifications