ଅଦିନିଆ ରଥଯାତ୍ରା ବିବାଦ; ଇସ୍କନକୁ ଚିଠି ଲେଖିଲେ ପୁରୀ ଗଜପତି ମହାରାଜ

ବିବାଦ ପରେ ଇସ୍କନକୁ ଚିଠି ଲେଖିଲେ ଗଜପତି ମହାରାଜ । ଶ୍ରୀମନ୍ଦିର ପରମ୍ପରା ମୁତାବକ ରଥଯାତ୍ରା କରିବାକୁ ପୂର୍ବରୁ କୁହାଯାଇଥିଲା। ଏନେଇ ଇସ୍କନ ସହ ଅନେକ ଥର ଆଲୋଚନା ହୋଇଥିଲା। ବିଧି ଓ ପରମ୍ପରା ମୁତାବକ ରଥଯାତ୍ରା ପାଇଁ ରିଜୋଲ୍ୟୁସନ ମଧ୍ୟ ହୋଇଥିଲା।

ISKCON

ଆମେରିକା ହ୍ୟୁଷ୍ଟନରେ ଇସ୍କନ ପକ୍ଷରୁ ଅଦିନ ସ୍ନାନ ଯାତ୍ରା ଓ ରଥଯାତ୍ରା ଆୟୋଜନ କରାଯିବ। ଏପରି ଅଦିନ ରଥଯାତ୍ରାକୁ ବିରୋଧ କରି ଇସ୍କନକୁ ଚିଠି ଲେଖିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ହ୍ୟୁଷ୍ଟନ ମନ୍ଦିର କର୍ତ୍ତୃପକ୍ଷ ଓ ମାୟାପୁରୀ ମୁଖ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। ଅଦିନ ରଥଯାତ୍ରା ପ୍ରଚଳିତ ପରମ୍ପରାର ବିରୁଦ୍ଧାଚରଣ କରୁଛି ବୋଲି ସେ ଚିଠିରେ ଲେଖିଛନ୍ତି।

ଗଜପତି ଚିଠିରେ ଲେଖିଛନ୍ତି, ଶ୍ରୀମନ୍ଦିର ପରମ୍ପରା ମୁତାବକ ରଥଯାତ୍ରା କରିବାକୁ ପୂର୍ବରୁ କୁହାଯାଇଥିଲା। ଏନେଇ ଇସ୍କନ ସହ ଅନେକ ଥର ଆଲୋଚନା ହୋଇଥିଲା। ବିଧି ଓ ପରମ୍ପରା ମୁତାବକ ରଥଯାତ୍ରା ପାଇଁ ରିଜୋଲ୍ୟୁସନ ମଧ୍ୟ ହୋଇଥିଲା। ତେଣୁ ନଭେମ୍ବର ୯ ତାରିଖରେ ଯୋଜନା ଥିବା ରଥଯାତ୍ରା ଆୟୋଜନ ବନ୍ଦ କରନ୍ତୁ। ନାଇଜେରିଆ ଇସ୍କନ ବି ନଭେମ୍ବର ୨୩ରେ ରଥଯାତ୍ରା ଯୋଜନା କରିଛି। ଏସବୁ ବନ୍ଦ କରନ୍ତୁ, କେବଳ ବିଧି ମୁତାବକ ସ୍ନାନ ଓ ରଥଯାତ୍ରା କରନ୍ତୁ ବୋଲି ଗଜପତି ଚିଠିରେ ଲେଖିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+