Get Updates
Get notified of breaking news, exclusive insights, and must-see stories!

୪ରୁ ୬ ଡିଗ୍ରୀ ବଢ଼ିଯିବ ଦିନ ତାପମାତ୍ରା, ଆଜି ଉପକୂଳିଆ ୧୧ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଆସନ୍ତା ମଙ୍ଗଳବାର ଯାଏ ରାଜ୍ୟରେ ଗ୍ରୀଷ୍ମଲହରୀ ଲାଗିପାରେ । ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଖରା ଓ ତାତି ଅନୁଭୂତ ହେବ । ଏଭଳି ଆକଳନ କରିଛି ପାଣିପାଗ ବିଭାଗ । ସୋମବାରଠାରୁ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ବଢ଼ିବ ବୋଲି ଆକଳନରେ କୁହାଯାଇଛି ।

temperatures

ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଭୀଷଣ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ । ୧୩ ତାରିଖ ମଧ୍ୟ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ଗରମ ହେବ । ସମ୍ବଲପୁର, ବଲାଙ୍ଗିର ଓ ବରଗଡ଼ରେ ଗ୍ରୀଷ୍ମଲହରୀ ରହିପାରେ । ୧୪ ତାରିଖ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଭୀଷଣ ଗରମ ଓ ଗୁଳୁଗୁଳି ହୋଇପାରେ । ସମ୍ବଲପୁର, ବଲାଙ୍ଗିର ଓ ବରଗଡ଼ରେ ଗ୍ରୀଷ୍ମଲହରୀ ଜାରି ରହିବ । ୧୫ ଓ ୧୬ ତାରିଖରେ ବି ଗରମରୁ ତ୍ରାହି ମିଳିବନି ।

ଶନିବାର ବୌଦ୍ଧରେ ଦିନ ତାପମାତ୍ରା ସର୍ବାଧିକ ୩୯.୩ ଡିଗ୍ରୀ ରହିଥିଲା । ପାରଳାଖେମୁଣ୍ଡିରେ ୩୯, ହୀରାକୁଦରେ ୩୮.୮, ଝାରସୁଗୁଡ଼ାରେ ୩୮.୪, ତାଳଚେର, ନୟାଗଡ଼ ଓ ଭବାନୀପାଟଣାରେ ୩୮ ଡିଗ୍ରୀ ଥିଲା

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+