ଏସସିବିରେ ପ୍ରଥମ ଇକମୋ ଚିକିତ୍ସାଧୀନ ବ୍ୟକ୍ତିଙ୍କ ମୃତ୍ୟୁ
କଟକ ଏସସିବି ଡାକ୍ତରଖାନାରେ ଇକମୋ ସପୋର୍ଟରେ ଚିକିତ୍ସାଧୀନ ଜଣେ ରୋଗୀଙ୍କର ଶନିବାର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ ଜଗନ୍ନାଥ ପ୍ରଧାନ(୩୨)। ଘର କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ।
କଟକ: କଟକ ଏସସିବି ଡାକ୍ତରଖାନାରେ ଇକମୋ ସପୋର୍ଟରେ ଚିକିତ୍ସାଧୀନ ଜଣେ ରୋଗୀଙ୍କର ଶନିବାର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ ଜଗନ୍ନାଥ ପ୍ରଧାନ(୩୨)। ଘର କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ । ଏସସିବିରେ ଏହା ପ୍ରଥମ ଇକମୋ ମୃତ୍ୟୁ ବୋଲି ଡାକ୍ତରଖାନା ସୂତ୍ରରୁ ସୂଚନା ମିଳିଛି ।

ଗତ ୨୯ ତାରିଖରେ ଜଗନ୍ନାଥ ପ୍ରଧାନ କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କ ଫୁସଫୁସ ସଂକ୍ରମିତ ହୋଇଥିଲା। ଏହା ପରେ ତାଙ୍କୁ ଏସସିବି କରୋନା ଓ୍ଵାର୍ଡରୁ ଇକମୋ ୟୁନିଟକୁ ସ୍ଥାନାନ୍ତର କରାଯାଇଥିଲା। ଗତକାଲି ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା।
ଅନ୍ୟପକ୍ଷରେ କରୋନାରେ ଆକ୍ରାନ୍ତ ହୋଇଥିବା ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କୁ ଗତକାଲି ଏସସିବି ଇକ୍ମୋ ୟୁନିଟ୍ରେ ଭର୍ତ୍ତି କରାଯାଇଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ଏଠାକୁ ଅଣାଯାଇଛି। କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କ ଫୁସଫୁସ ସଂକ୍ରମିତ ହୋଇଛି। ଏସସିବିର କାର୍ଡିଓଥୋରାସିସ ବିଭାଗରେ ଖୋଲିଥିବା ଇକମୋ ୟୁନିଟ୍ରେ ଏବେ ମୋଟ ୩ ଜଣ ରୋଗୀ ଚିକିତ୍ସାଧୀନ ଅଛନ୍ତି।












Click it and Unblock the Notifications