ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ପରଲୋକ
ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ । ପ୍ରଥମେ ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ହେଉଥିଲେ । ପରେ କଟକର ଆଉ ଏକ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ଆଜି ସେଠାରେ ତାଙ୍କର ୭୯ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ଫୁସଫୁସ ସଂକ୍ରମଣରେ ସେ ପୀଡିତ ଥିଲେ । ଭୋଗରାଇ ବିଧାୟକ ତଥା ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସ । ଦୀର୍ଘଦିନ ହେବ ସ୍ୱାସ୍ଥ୍ୟଜନିତ ସମସ୍ୟାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ ।

ସୂଚନାଯୋଗ୍ୟ, କମଳା ଦାସ ଜନତା ଦଳର ପ୍ରତିନିଧି ଭାବରେ ୧୯୯୦ରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ। ୧୯୯୦ରୁ ୧୯୯୫ ପର୍ଯ୍ୟନ୍ତ ସେ କାର୍ଯ୍ୟ କରିଥିଲେ ।
୧୦ମ ଓଡ଼ିଶା ବିଧାନସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ସେ ରାଜ୍ୟ ଶିକ୍ଷା ଓ ଯୁବ ସେବା ବିଭାଗର ମନ୍ତ୍ରୀ ଭାବରେ ପ୍ରଥମେ ୨୪ ଜୁଲାଇ ୧୯୯୦ରୁ ୪ ଜାନୁଆରୀ ୧୯୯୩ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ଏହାପରେ ସେ ୪ ଜାନୁଆରୀ ୧୯୯୩ରୁ ୧୫ ମାର୍ଚ୍ଚ ୧୯୯୫ ପର୍ଯ୍ୟନ୍ତ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।
୧୯୯୫ରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ। ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୧ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ଏହି ସମୟରେ ନବୀନ ପଟ୍ଟନାୟକଙ୍କର ନେତୃତ୍ୱରେ ବିଜୁ ଜନତା ଦଳର ଗଠନ ହେଲା ଏବଂ କମଳା ବିଜୁ ଜନତା ଦଳରେ ଯୋଗ ଦେଇଥିଲେ।












Click it and Unblock the Notifications