ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକଙ୍କ ପରଲୋକ

ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଚିକତ୍ସିତ ହେଉଥିଲେ।

damburudhar ulaka

ସେ ବିଷମକଟକରୁ ୭ଥର କଂଗ୍ରେସ ବିଧାୟକ ଥିଲେ। ଏହା ସହ ସେ ଓଡ଼ିଶା ଗୃହ ବିଭାଗ ତଥା ଜଙ୍ଗଲ ବିଭାଗ,ଅବକାରୀ ବିଭାଗ, ନଗର ଉନ୍ନୟନ ବିଭାଗ ଓ ଜଳ ଓ ପରିମଳ ବିଭାଗର ମନ୍ତ୍ରୀ ପଦ ମଧ୍ୟ ତୁଲାଇ ଥିଲେ। ତାଙ୍କର ବିୟଗ ସମୟରେ ତିନି ଝିଅ, ପୁଅ ଓ ସ୍ତ୍ରୀ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ପ୍ରଥମେ ତାଙ୍କ ମରଶରୀରକୁ ଭୁବନେଶ୍ୱରସ୍ଥିତ କଂଗ୍ରେସ ଭବନ କୁ ନିଆଯିବ ଓ ଏହା ପରେ ରାୟଗଡ଼ା ଜିଲା କୋଲନରା ବ୍ଲକ ବାଙ୍କିଲି ସ୍ଥିତ ବାସଭନକୁ ନିଆଯିବାର ସୂଚନା ମିଳୁଛି।

ଦେହାନ୍ତ ବିଷୟରେ ଜାଣି ମାନ୍ୟବର ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ବରିଷ୍ଠ ଆଇନଜୀବୀ ଦିଲ୍ଲୀପ କୁମାର ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିବା ସହ ପରିବାରଙ୍କୁ ସମବେଦନା ଜଣାଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+