ବିଜେଡି ଛାଡି ବିଜେପିରେ ସାମିଲ ହେଲେ ଦେବାଶିଷ ନାୟକ
ଆଜି ବିଜେଡିରୁ ଇସ୍ତଫା ଦେଇଥିବା ଦେବାଶିଷ ନାୟକ ବିଜେପିରେ ସାମିଲ ହୋଇଛନ୍ତି । ଆଜି କିଛି ସମୟ ପୂର୍ବରୁ ଦେବାଶିଷ ବିଜେଡିରୁ ଇସ୍ତଫା ଦେଇଥିଲେ। ଦେବାଶିଷ ବିଜୁ ଜନତା ଦଳ ଜଣେ ବରିଷ୍ଠ ନେତା ଥିଲେ । ଦେବାଶିଷ ନାୟକ ପୂର୍ବରୁ ଯାଜପୁର ବରୀରୁ ବିଜେଡି ଟିକେଟରେ ଲଢ଼ି ଚାରିଥର ବିଧାୟକ ହୋଇଛନ୍ତି ।

ସୂଚନା ଯୋଗ୍ୟ ଯେ , ଆଜି ବିଜେଡିରୁ ଇସ୍ତଫା ଦେଇଥିଲେ ବରିର ପୂର୍ବତନ ବିଧାୟକ ଦେବାଶିଷ ନାୟକ । ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ବିଜେଡି ସୁପ୍ରିମୋଙ୍କୁ ଚିଠି ଲେଖି ସେ ତାଙ୍କର ଇସ୍ତଫାପତ୍ର ଦେଇଛନ୍ତି ।
ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ୪ଥର କାର୍ଯ୍ୟ କରିଛନ୍ତି ଦେବାଶିଷ। ସେ ୨୦୦୦ ଓ ୨୦୦୪ରେ ଓଡ଼ିଶାରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ ବରୀ-ଡେରାବିଶ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ତମ, ୧୩ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ବିଭିନ୍ନ ବିଭାଗରେ ମନ୍ତ୍ରୀ ଥିଲେ ଦେବାଶିଷ । କ୍ରୀଡା ବିଭାଗ ସହିତ ସୂଚନା ଓ ଲୋକସମ୍ପର୍କ ବିଭାଗର ମନ୍ତ୍ରୀ ରହିସାରିଥିଲେ ବିଜେଡିର ଏହି ବରିଷ୍ଠ ନେତା । ହେଲେ ୨୦୧୯ରେ କିନ୍ତୁ ତାଙ୍କୁ ଦଳ ଟିକେଟ୍ ଦେଇନଥିଲା । ତାଙ୍କ ସ୍ଥାନରେ ଦଳ ସୁନନ୍ଦା ଦାସଙ୍କୁ ଟିକେଟ୍ ଦେଇଥିଲା । ଆଉ ସୁନନ୍ଦା ମଧ୍ୟ ବିଜେପିର ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ହରାଇ ବିଧାୟକ ହେଇଥିଲେ ।
ଏହା ପରେ ୨୦୦୯ ଓ ୨୦୧୪ରେ ଓଡ଼ିଶାରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ ବରୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ତମ, ୧୫ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।ବରୀ ନିର୍ବାଚନ ମଣ୍ଡଳୀରେ ପୁର୍ବରୁ ବିଧାୟକ ଥିବା ଦେବାଶିଷଙ୍କୁ ଗତ ୨୦୧୯ ନିର୍ବାଚନରେ ନିଜେଡି ଟିକେଟ୍ ଦେଇ ନ ଥିଲା ।












Click it and Unblock the Notifications