ୱକ୍‌ଫ ବିଲ୍‌ ଭୋଟିଂରେ ଭୋଟ ଦେଇ ନାହାନ୍ତି ଦେବାଶିଷ, କାରଣ ଜାଣନ୍ତୁ

ବଡ଼ ବୟାନ ଦେଲେ ବିଜେଡି ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ । ଅସନ୍ତୁଷ୍ଟ ହୋଇ ଭୋଟ ଦେଲିନି ବୋଲି କହିଲେ ଦେବାଶିଷ । ଦଳ ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇ ମୁଁ କାଲି ଭୋଟ୍‌ ଦେଲିନି । ଗତକାଲି ୱକ୍‌ଫ ବିଲ୍‌ ଭୋଟିଂରେ ଭୋଟ ଦେଇନଥିଲେ ଦେବାଶିଷ ।

ଲୋକସଭା ପରେ ରାଜ୍ୟ ସଭାରେ ୱାକଫ୍ ବିଲ୍ ପାସ୍ । ସଂଖ୍ୟାଲଘୁ ବ୍ୟାପାର ସୂଚନା ଅନୁସାରେ ରାଜ୍ୟସଭା ପୂର୍ବରୁ ବୁଧବାର ଲୋକସଭାରେ ଏହି ବିଲ୍ ଆଗତ ହୋଇଥିଲା । ୧୨ ଘଣ୍ଟାର ଆଲୋଚନା ପରେ ସରକାର ଏହାକୁ ପାରିତ କରିବାରେ ସଫଳ ହୋଇଛନ୍ତି । ଲୋକସଭାରେ ଏହି ବିଲ୍ ସପକ୍ଷରେ ୨୮୮ଟି ଭୋଟ୍ ପଡ଼ିଥିବା ବେଳେ ବିପକ୍ଷରେ ୨୩୨ଟି ଭୋଟ୍ ପଡ଼ିଥିଲା । ରାଜ୍ୟସଭାରେ ଆଲୋଚନା ବେଳେ ବିରୋଧୀ ଦଳ ସଦସ୍ୟମାନେ ଏହାକୁ ତୀବ୍ର ବିରୋଧ କରିଥିଲେ । ରଜ୍ୟସଭାରେ ଆଲୋଚନା ବେଳେ ବିରୋଧୀ ଦଳ ସଦସ୍ୟମାନେ ଏହାକୁ ତୀବ୍ର ବିରୋଧ କରିଥିଲେ ।

କିରଣ ରିଜଜୁ ରାଜ୍ୟସଭାରେ ଏହି ବିଲ୍ ଆଗତ କରିଥିଲେ। ଦୀର୍ଘ ୧୨ ଘଣ୍ଟା ଧରି ଆଲୋଚନା ପରେ ରାଜ୍ୟସଭାରେ ବିଲ୍ ପାସ୍ ହୋଇଛି । ଏହାସହିତ ସଂସଦ ଏହି ବିଲକୁ ଅନୁମୋଦନ କରିଛି । ବିଲ ସପକ୍ଷରେ ୧୨୮ ଭୋଟ୍ ବିପକ୍ଷରେ ୯୫ ଭୋଟ୍ ପଡିଥିଲା । ଏବେ ଏହି ବିଲ ରାଷ୍ଟ୍ରପତିଙ୍କ ପାଖକୁ ଯିବ। ସେ ଦସ୍ତଖତ କରିବା ପରେ ଏହା ଆଇନରେ ପରିଣତ ହୋଇଯିବ ।

ଆଲୋଚନା ବେଳେ ସରକାର ଏହି ବିଲ୍ ସପକ୍ଷରେ ଦୃଢ ଯୁକ୍ତି ଦର୍ଶାଇଥିବାବେଳେ ବିରୋଧୀ ଦଳ ଏହାର ଜୋରଦାର ବିରୋଧ କରିଥିଲେ । ୨୩୬ ସଭ୍ୟ ବିଶିଷ୍ଟ ରାଜ୍ୟସଭାରେ ବିଲ୍ ପାସ୍ କରାଇବାକୁ ୧୧୯ ସଭ୍ୟଙ୍କ ସମର୍ଥନ ଦରକାର ଥିବାବେଳେ NDA ପାଖରେ ରହିଛି ୧୨୫ ସଭ୍ୟଙ୍କ ସମର୍ଥନ। ଏନଡିଏ ପାଖରେ ଆବଶ୍ୟକ ଠାରୁ ଦୁଇ କମ ସଭ୍ୟ (୧୨୭) ଥିବାବେଳେ ଦୁଇ ଜଣ ମନୋନୀତ ସଭ୍ୟ ଏବଂ ୬ ଜଣ ସ୍ବାଧୀନ ସାଂସଦ ବିଲ୍ ସପକ୍ଷରେ ସମର୍ଥନ ଘୋଷଣା କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+