ସ୍ନାନ ବେଦୀରେ ଗଜ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ଆଜି ଅର୍ଥାତ୍‌ ଶନିବାର ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ସମସ୍ତ ନୀତିକାନ୍ତି ପରେ ଶ୍ରୀଜିଉ ଗଜ ବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।

ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାନ ପକ୍ଷରୁ ନୀତ ନିର୍ଘଣ୍ଟ ଚୂଡ଼ାନ୍ତ କରାଯାଇଥିଲା। ଏହି ଅନୁଯାୟୀ, ରାତି ୪.୩୦ରେ ମଙ୍ଗଳାର୍ପଣ ପରେ ଭୋରରେ ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହଙ୍କୁ ସ୍ନାନବେଦିକୁ ବିଜେ କରାଯାଇଥିଲା। ପ୍ରଥମେ ବଡ଼ଠାକୁର ବଳଭଦ୍ର ରତ୍ନବେଦି ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ପରେ ମା' ସୁଭଦ୍ରା ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ଶେଷରେ କାଳିଆସାଆନ୍ତ ରତ୍ନବେଦି ଛାଡ଼ି ଧାଡି ପହଣ୍ଡିରେ ହଲି ହଲି ସ୍ନାନବେଦିରେ ପହଞ୍ଚିଥିଲେ।

jagannath temple

ପରେ ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ ଦାରୁଦିଅଁ। ଦାରୁ ଦିଅଁଙ୍କ ସ୍ପତନ୍ତ୍ର ନୀତିକାନ୍ତି ସମାପନ ପରେ ଚତୁର୍ଦ୍ଧାବିଗ୍ରହ ୧୦୮ ଗରା ସୁବାସିତ ଜଳରେ ସ୍ନାନବେଦିରେ ସ୍ନାନ କରିଥିଲେ। ଅପରାହ୍ନରେ ଭକ୍ତଙ୍କୁ ଦୁର୍ଲଭ ଗଜ ବା ହାତୀବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି ଶ୍ରୀଜିଉ।

ଲୋକଙ୍କ ଭିଡକୁ ଦୃଷ୍ଟିରେ ରଖି ମାର୍କେଟ ଛକରୁ ମିରିଚିକୋଟ ଛକ ଓ ମରିଚିକୋଟ ଛକରୁ ଶ୍ରୀନଅର ଯାଏଁ ସ୍ୱତନ୍ତ୍ର ବ୍ୟାରିକେଡ ହୋଇଛି । ଭକ୍ତମାନେ ବଡ଼ଦାଣ୍ଡସ୍ଥିତ ବ୍ୟାରିକେଡ୍‌ ଭିତର ଦେଇ ଶ୍ରୀକୃଷ୍ଣ ସିନେମା ହଲ୍ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଦିଗରେ ଆସିବେ ଏବଂ SJRC ଠାରେ ପହଞ୍ଚି SJRC ଡୋର୍ ଫ୍ରେମ୍ ମେଟାଲ୍ ଡିଟେକ୍ଟର ଯାଞ୍ଚ କରାଇ ଦୋଳବେଦୀ କୋଣଠାରେ ଥିବା ଷ୍ଟିଲ୍ ବ୍ୟାରିକେଡକୁ ପ୍ରବେଶ କରିବେ ।

ଉତ୍ତର ଦ୍ୱାରରୁ ପ୍ରସ୍ଥାନ କରୁଥିବା ଭକ୍ତମାନେ ବଡ଼ଦାଣ୍ଡ ଦେଇ ନିଜ ସୁବିଧା ଅନୁସାରେ ଦୁଇଟି ମାର୍ଗ ଦେଇ ଯାଇପାରିବେ । ସତ୍ୟନାରାୟଣ ମନ୍ଦିର ଦେଇ ବଡ଼ଦାଣ୍ଡକୁ ଅନ୍ୟାନ୍ୟ ଗଳି ଦେଇ ଯାଇପାରିବେ । ଭିଡ଼ ପରିସ୍ଥିତିକୁ ଲକ୍ଷ୍ୟ କରି ଭକ୍ତମାନେ ଦୋଳବେଦୀ କୋଣ ଦେଇ ଉତ୍ତର ଦ୍ୱାରଠାରୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ବଡ଼ଦାଣ୍ଡକୁ ଯାଇପାରିବେ ।

ଟିକେଟଧାରୀ ଭକ୍ତମାନେ ପହଣ୍ଡି ଦର୍ଶନ ନିମନ୍ତେ ପ୍ରାତଃ ସମୟରେ ଧାଡ଼ିରେ ଦକ୍ଷିଣ ଦ୍ୱାରରେ ଥିବା ବ୍ୟାରିକେଡ୍ ଦେଇ ପ୍ରବେଶ କରିବେ । ପହଣ୍ଡି ଶେଷ ହେବା ପରେ ଦକ୍ଷିଣ ଦ୍ୱାର ଦେଇ ପ୍ରବେଶ ବନ୍ଦ ହୋଇଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+