ପୌର ନିର୍ବାଚନ ପାଇଁ ଛୁଟି ଘୋଷଣା; ଜାଣନ୍ତୁ, କାହାକୁ ଓ କେତେଦିନ ମିଳିବ ଛୁଟି ?
ଆସନ୍ତା ମାର୍ଚ୍ଚ ୨୪ତାରିଖରେ ପୌର ନିର୍ବାଚନ ପାଇଁ ମତଦାନ ହେବାକୁ ଥିବାରୁ ଉକ୍ତଦିନ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମହାନଗର ନିଗମ ସମେତ ମୋଟ ୧୦୯ଟି ସହରାଞ୍ଚଳରେ ଥିବା ରାଜ୍ୟ ସରକାରଙ୍କ ସମସ୍ତ ଅଫିସ୍ ଓ ଏକଜୁ୍ୟଟିଭ ମାଜିଷ୍ଟ୍ରେଟ୍ କୋର୍ଟ ଛୁଟି ରହିବ ।
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୨୪ତାରିଖରେ ପୌର ନିର୍ବାଚନ ପାଇଁ ମତଦାନ ହେବାକୁ ଥିବାରୁ ଉକ୍ତଦିନ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମହାନଗର ନିଗମ ସମେତ ମୋଟ ୧୦୯ଟି ସହରାଞ୍ଚଳରେ ଥିବା ରାଜ୍ୟ ସରକାରଙ୍କ ସମସ୍ତ ଅଫିସ୍ ଓ ଏକଜୁ୍ୟଟିଭ ମାଜିଷ୍ଟ୍ରେଟ୍ କୋର୍ଟ ଛୁଟି ରହିବ । ଏହାସହିତ ଯେଉଁ ସରକାରୀ କର୍ମଚାରୀମାନେ ନିଜର ମତାଧିକାର ସାବ୍ୟସ୍ତ କରିବା ପାଇଁ ନିଜ ଅଞ୍ଚଳକୁ ଚାହିଁବେ ସେମାନଙ୍କୁ ୩ଦିନ ପର୍ଯ୍ୟନ୍ତ ସବୈତନିକ ଛୁଟି ପ୍ରଦାନ କରାଯିବ ।

ଚଳିତଥର ୧୦୬ ପୌରାଞ୍ଚଳ ଓ ୩ ମହାନଗର ନିଗମରେ ଭୋଟ ହେବ । ଆସନ୍ତା ୨୪ ତାରିଖରେ ନିର୍ଦ୍ଧାରିତ ସମସ୍ତ ପୌରାଞ୍ଚଳ ଓ ମହାନଗର ନିଗମରେ ଭୋଟ ପଡିବ । ଆଉ ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହେବାକୁ ସରକାରୀ କର୍ମଚାରୀଙ୍କ ପାଇଁ ଛୁଟି ଘୋଷଣା କରାଯାଇଛି । ଏନେଇ ଜିଲ୍ଲାପାଳ, ସମସ୍ତ ବିଭାଗ ଓ ବିଭାଗୀୟ ଅଧିକାରୀଙ୍କୁ ଚିଠି ଲେଖି ସ୍ପଷ୍ଟ କରାଯାଇଛି ।
ଏହି ଛୁଟି ଭୋଟଗ୍ରହଣର ପୂର୍ବଦିନ ଓ ପରଦିନ ପର୍ଯ୍ୟନ୍ତ ବୈଧ ରହିବ । ଏହି ୩ଦିନର ସ୍ୱତନ୍ତ୍ର ଛୁଟି ୨୦୨୨ କ୍ୟାଲେଣ୍ଡର ବର୍ଷରେ କର୍ମଚାରୀଙ୍କୁ ମିଳୁଥିବା ବୈଧ ଛୁଟି ବାଦ୍ ଅତିରିକ୍ତ ଭାବେ ମିଳିବ ।
ସେପଟେ ଚାଲିଛି ପୌର ନିର୍ବାଚନ ପାଇଁ ପ୍ରଚାର । ପୌର ନିର୍ବାଚନ ପାଇଁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି ୩ ପ୍ରମୁଖ ରାଜନୈତିକ ଦଳ । ନିଜ ନିଜର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରି ପ୍ରଚାର ଜୋରଦାର କରିଛନ୍ତି ୩ ପ୍ରମୁଖ ରାଜନୈତିକ ଦଳ । ସଭା ସମିତିରେ କମ୍ପୁଛି ସହର । ଘରକୁ ଘର ବୁଲି ପ୍ରଚାର କରୁଛନ୍ତି ୩ ପ୍ରମୁଖ ରାଜନୈତିକ ଦଳ । ଏନଏସି ଅଧ୍ୟକ୍ଷଠୁ ନେଇ ମେୟର ପଦ ପର୍ଯ୍ୟନ୍ତ ତାତିଲାଣି ସହର । ପଞ୍ଚାୟତ ନିର୍ବାଚନରେ ବିରୋଧୀ ପରାଜୟ ଗ୍ରହଣ କରିଥିବାରୁ ପୌରରେ ସମ୍ମାନ ବଞ୍ଚାଇବା ପାଇଁ ଲାଗି ପଡ଼ିଛନ୍ତି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications