ବାତ୍ୟା ‘ୟଶ’ର ରୂପ ନେଲା ଗଭୀର ଅବପାତ, ୨୬ରେ କରିବ ଲ୍ୟାଣ୍ଡଫଲ
ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ଆଜି ଭୋର ୫.୩୦ରେ ବାତ୍ୟାର ରୂପ ନେଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହେବ ।
ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ଆଜି ଭୋର ୫.୩୦ରେ ବାତ୍ୟାର ରୂପ ନେଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହେବ । ବର୍ତ୍ତମାନ ଘଣ୍ଟା ପ୍ରତି ୪ କିଲୋମିଟର ବେଗରେ ଗତି କରୁଛି ବାତ୍ୟା । ୨୬ ତାରିଖରେ ବାତ୍ୟା ସ୍ଥଳଭାଗ ଛୁଇଁବ । ପାରାଦୀପ-ସାଗରଦ୍ୱୀପ ମଧ୍ୟରେ କରିବ ଲ୍ୟାଣ୍ଡଫଲ୍ ।

ଏବେ ଏହା ପୂର୍ବଭଳି ପୋର୍ଟ ବ୍ଲେୟାର ଠାରୁ ୬୦୦ କିମି, ପାରାଦୀପ ଠାରୁ ୫୪୦ କିମି, ବାଲେଶ୍ୱର ଠାରୁ ୬୫୦ କିମି ଓ ପଶ୍ଚିମବଙ୍ଗର ଦିଘା ଠାରୁ ୬୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହାର ପ୍ରଭାବରେ ଆଜି ସନ୍ଧ୍ୟାରୁ ପବନ ବହିବା ଆରମ୍ଭ ହେବ । ଉପକୂଳ ଅଞ୍ଚଳରେ ଘଣ୍ଟାପ୍ରତି ୯୦ରୁ ୧୧୦ କିଲୋମିଟର ବେଗରେ ପବନ ବହିପାରେ । ଆସନ୍ତାକାଲିଠୁ ପବନର ବେଗ ଘଣ୍ଟାପ୍ରତି ୧୪୫ ରୁ ୧୭୦ କିଲୋମିଟରରେ ପହଞ୍ଚିବ । ଲ୍ୟାଣ୍ଡଫଲ୍ ବେଳକୁ ପବନ ବେଗ ବଢି ଘଣ୍ଟା ପ୍ରତି ୧୮୫ କିଲୋମିଟର ହେବ ବୋଲି ଆକଳନ କରାଯାଇଛି ।
Deep Depression over Eastcentral Bay of Bengal intensified into Cyclonic Storm ‘Yaas’ and about 600 km of Port Blair. To intensify into a Severe Cyclonic Storm during next 24 hours and into a Very Severe Cyclonic Storm during subsequent 24 hours. pic.twitter.com/HfREdsMtOL
— India Meteorological Department (@Indiametdept) May 24, 2021
ବାତ୍ୟା ଦ୍ୱାରା ଉପକୂଳ ଓଡ଼ିଶାର ୮ଟି ଜିଲ୍ଲା ଅଧିକ ପ୍ରଭାବିତ ହେବ । ଏ ନେଇ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ରେଡ୍ଆଲର୍ଟ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।












Click it and Unblock the Notifications