ଗୋପାଳପୁର ନିକଟରୁ ସ୍ଥଳଭାଗ ଅତିକ୍ରମ କରିବ ଗଭୀର ଅବପାତ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା, ଘରେ ପଶିଲା ପାଣି, ବୁଡ଼ିଲା କାର୍‌

ଗୋପାଳପୁର ନିକଟରୁ ସ୍ଥଳ ଭାଗ ଅତିକ୍ରମ କରିବ ଗଭୀର ଅବପାତ । ଉତ୍ତରପଶ୍ଚିମ ଦିଗରେ ଗତିକରି ଆଜି ସନ୍ଧ୍ୟା ସୁଦ୍ଧା ଅତିକ୍ରମ କରିବ । ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିଛି ।

କିଛି ଦିନ ହେଲା ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଆଜି ପବଳ ବର୍ଷା ଯୋଗୁ ଗଜପତି ଜିଲାର ଆର.ଉଦୟଗିରି ଗ୍ରାମ୍ୟ ପରିମଳ ବିଭାଗୀୟ ଉପଖଣ୍ଡ କାର୍ଯ୍ୟାଳୟର ପରିସରରେ ଏକ ବୋଲେରା ଗାଡିଟି ବୁଡି ଯାଇଛି।

Deep depression to cross land near Gopalpur Heavy rain in South Odisha

ଉଦୟଗିରି ଠାରୁ ରାମଗିରିକୁ ସଂଯୋଗ କରୁଥିବା ରାସ୍ତାରେ ବିରାଟକାୟ ଗଛ ପଡିବା ସହ ପାହାଡ଼ରୁ ଅତଡ଼ା ଖସିଛି। ଖଜୁରୀପଦା ୩୨୬ ଜାତୀୟ ରାଜପଥରେ ୨ ଫୁଟ୍‌ର ପାଣି , ଛେଳିଗଡ଼ ପଞ୍ଚାୟତର ଡେଙ୍ଗା ଆମ୍ବ ନିକଟରେ କଲଭର୍ଟଟି ଭୁଶୁଡି ପଡିଛ। ମହେନ୍ଦ୍ରଗଡ଼ର ଲବାର ସିଂ ଠାରେ ଏକ ଘର ଭୁଶୁଡିପଡ଼ିଛି । ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ କିଛି ସ୍ଥାନରେ ଜାତୀୟ ରାଜପଥ ରାସ୍ତା ଉପରେ ତିନି ଫୁଟ୍‌ର ପାଣି ପ୍ରବାହିତ ହେଉଛି । ପ୍ରଶାସନ ତରଫରୁ ସମସ୍ତ ସୁବିଧା ଯୋଗାଇଦେବା ପାଇଁ ଲୋକେ ଅଭିଯୋଗ କରିଛନ୍ତି।

ଗଜପତି ଜିଲ୍ଲା ଆର.ଉଦୟଗିରି ଅଞ୍ଚଳରେ ପ୍ରବଳ ବର୍ଷା। ବନ୍ୟା ପାଣି ଦେଖିଲେ ଉତ୍ତରାଖଣ୍ଡର ବନ୍ୟା ସ୍ଥିତି ଭଳି ମନେ ହେଉଛି। ଘରେ ପଶିଲା ପାଣି, ଧୋଇଲା ରାସ୍ତା ଓ ବୁଡ଼ିଲା କାର୍‌।

ଅକ୍ଟୋବର ୩ ତାରିଖରେ ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୨ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୪୦-୫୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ଢେଙ୍କାନାଳ ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରି ସତର୍କ କରାଯାଇଛି । ଏହି ୩ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅକ୍ଟୋବର ୪ ତାରିଖ ପାଇଁ ନବରଙ୍ଗପୁର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ଢେଙ୍କାନାଳ, ମାଲକାନଗିରି, ଅନୁଗୁଳ, କୋରାପୁଟ, ରାୟଗଡ଼ା, ବୌଦ୍ଧ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କଟକ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+