ଆଜି ଗଭୀର ଅବପାତ, ଆସନ୍ତାକାଲି ଯାଏଁ ଲାଗି ରହିବ ପ୍ରବଳ ବର୍ଷା
ଗଭୀର ଅବପାତ, ପ୍ରବଳ ବର୍ଷିବ । ବଙ୍ଗୋପସାଗରେ ଗଭୀର ଅବପାତର ରୂପ ନେଲା ଅବପାତ । ପୁରୀ ଠାରୁ ୩ ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ । ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷୀଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟାରେ ୧୦ କିମି ବେଗରେ ବଢ଼ୁଛି ଅବପାତ । ପ୍ରଭାବରେ ଗତକାଲି ଠାରୁ ଟ୍ବିନ୍ ସିଟିରେ ତୁହାକୁ ତୁହା ବର୍ଷା ଲାଗିରହିଛି । ୩ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ । ଆସନ୍ତାକାଲି ଯାଏଁ ଲାଗି ରହିବ ପ୍ରବଳ ବର୍ଷା । ଆଜି ଦୁଇ ଜିଲ୍ଲା ଜଗତସିଂହପୁର ଓ ପୁରୀକୁ ରେଡ ୱାର୍ଣ୍ଣିଂ ।
ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୩ ତାରିଖ ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ବାତ୍ୟା ନେଇ IMDର କୌଣସି ଆକଳନ ଆସିନାହିଁ । କିନ୍ତୁ ବାତ୍ୟାର ପୂର୍ବାନୁମାନ କରିଛି JTWC । ଅବପାତଟି ସାମୁଦ୍ରିକ ଝଡ଼ ବାତ୍ୟାରେ ପରିଣତ ହେବା ପୂର୍ବାନୁମାନ କରିଛି ।

ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଅନୁଯାୟୀ, ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ୨ ଅକ୍ଟୋବର ସକାଳେ ଗଭୀର ଅବପାତରେ ପରିଣତ ହେବ । ୩ ଅକ୍ଟୋବର ସକାଳେ ଏହା ପାରାଦୀପ-ଗୋପାଳପୁର ମଧ୍ୟ ଦେଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରାପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ।
ଏହାର ପ୍ରଭାବରେ ୩ ଅକ୍ଟୋବରରେ ପୁରୀ, ଗଞ୍ଜାମ୍, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭-୧୧ ସେ.ମି. ଅଧିକ) ହେବାର ଆଶଙ୍କା ରହିଛି। ଏହା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିଂହପୁର ଓ କଟକ ଜିଲ୍ଲାକୁ ମଧ୍ୟ ପ୍ରଭାବିତ କରିପାରେ।
ଆଇଏମ୍ଡିର ଭୁବନେଶ୍ୱର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, "ଏହି ଅବପାତ ଦୁର୍ଗାପୂଜା ଓ ଦଶହରା ପାର୍ବଣକୁ ପ୍ରଭାବିତ କରିପାରେ। ୧ ଅକ୍ଟୋବରରୁ ଶୁକ୍ରବାର-ଶନିବାର ସୁଦ୍ଧା ପ୍ରବଳ ବର୍ଷା ଓ ଘଡଘଡି ନେଇ ଓଡ଼ିଶାରେ ଅଲର୍ଟ୍ ଜାରି କରାଯାଇ ଛି।" ଏହା ପୂର୍ବରୁ ୨୭ ସେପ୍ଟେମ୍ବରରେ ମଧ୍ୟ ଏକ ଲଘୁଚାପ ସୃଷ୍ଟି ହୋଇ ରାଜ୍ୟରେ ବର୍ଷା ଜାରି ରହିଛି ।
ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଉପକୂଳବର୍ତ୍ତୀ ଜିଲ୍ଲା, ପଶ୍ଚିମ ଓଡ଼ିଶା ଓ ଉତ୍ତର-ପୂର୍ବ ଓଡ଼ିଶାରେ ମଧ୍ୟ ବର୍ଷା ହୋଇପାରେ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ବର୍ଷା ଯୋଗୁଁ ପୁରୀ, ଗଂଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, ଖୋର୍ଦ୍ଧା, କଟକ, ନୟାଗଡ଼, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, କନ୍ଧମାଳ, ବଳାଙ୍ଗୀର ଓ ବରବଡ଼ ଜିଲ୍ଲା ପ୍ରଭାବିତ ହୋଇପାରେ ବୋଲି ଶ୍ରୀ ସାହୁ କହିଛନ୍ତି।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ











Click it and Unblock the Notifications