ୱେଲ୍ ମାର୍କଡ ଲୋ’ ପ୍ରେସରରେ ପରିଣତ ହେବ ଗଭୀର ଅବପାତ୍; ୧୧ ଯାଏଁ ପ୍ରବଳ ବର୍ଷିବ

ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଗଭୀର ଅବପାତଟି ଆଜି ସନ୍ଧ୍ୟା ସୁଦ୍ଧା ଦୁର୍ବଳ ହୋଇ ୱେଲ୍ ମାର୍କଡ ଲୋ' ପ୍ରେସରରେ ପରିଣତ ହେବ । ଘଣ୍ଟାପ୍ରତି ଏହା୧୫ କିଲୋମିଟର ବେଗରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଛତିଶଗଡ଼ ମୁହାଁ ହେଉଛି । ଏହା ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତାକାଲି ସକାଳ ସାଢ଼େ ୮ଟା ସୁଦ୍ଧା ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରେଡ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ବଲାଙ୍ଗିର, ବୌଦ୍ଧ, ମାଲକାନଗିରି, କୋରାପୁଟ ,ନବରଙ୍ଗପୁର ଓ ପୁରୀ ।

ସେହିପରି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ନୂଆପଡ଼ା ଓ ଝାରସୁଗୁଡ଼ା । ଏତବ୍ୟତିତ ବଲାଙ୍ଗିର, ସୋନପୁର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାରେ ୭ରୁ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

rain heavily

ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ଧାମରା,ପାରାଦ୍ବୀପ, ପୁରୀ ଏବଂ ଗୋପାଳ ପୁର ପୋର୍ଟକୁ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର। ପ୍ରବଳ ବର୍ଷା ଯୋଗୁଁ ଉପକୂଳ ଜିଲ୍ଲାର ତଳି ଅଞ୍ଚଳରେ ପାଣିପଶିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ୧୧ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି କୁହାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+