ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ,ରାୟଗଡାରେ କରିବେ ପ୍ରଚାର

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରେ ଓଡିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଆଜି ରାଜନାଥ ଓଡିଶା ଆସିବେ । ଭବାନୀପାଟଣା ଓ ରାୟଗଡାରେ ସେ ଜନସଭାକୁ ସମ୍ବୋଧିତ କରିବେ । ସୂଚନା ଅନୁସାରେ ଦିନ ୧୨ଟା ୪୦ ହେଲିକପ୍ଟର ଯୋଗେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୁଲିସ୍ ଗ୍ରାଉଣ୍ଡରେ ପହଞ୍ଚିବେ ରାଜନାଥ ସିଂ ।

ଦିନ ୧ଟାରେ ସ୍ଥାନୀୟ ଲାଲ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ବିଶାଳ ସାଧାରଣ ସଭାରେ ଉଦବୋଧନ ଦେବେ । ଏଥିରେ ଜିଲ୍ଲା ବିଜେପି ସଭାପତି, ଜିଲ୍ଲା ବିଜେପି ପ୍ରଭାରୀ , କଳାହାଣ୍ଡି ବିଜେପି ସାଂସଦ ପ୍ରାର୍ଥୀ ମାଳବିକା ଦେଓଙ୍କ ସମେତ ଜିଲ୍ଲାର ବିଜେପି ବିଧାୟକ ପ୍ରାର୍ଥୀ ମାନେ ଯୋଗାଦେବେ । ଏହାପରେ ଅପରାହ୍ନ ୨ଟା ୪୦ରେ ଭବନୀପାଟଣାରେ କାର୍ଯ୍ୟକ୍ରମ ସାରି ରାୟଗଡା ଅଭିମୂଖେ ଯାତ୍ରା କରିବେ ।

ଅପରାହ୍ନ ୩ଟା ୧୦ରେ ରାୟଗଡା ସହର ବାରିଝୋଲା ରୋଡ୍ ଏଆଇଏସିଆର୍ ଗ୍ରାଉଣ୍ଡ ରେ ଜନସଭାକୁ ସମ୍ବୋଧନ କରିବେ ରାଜନାଥ । ରାଜନାଥଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଉଭୟ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲା ବିଜେପି ଶିବିରରେ ଉତ୍ସାହ ଖେଳିଯାଇଥିବା ବେଳେ, ସଭାର ଆୟୋଜନ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି । ପ୍ରତିରକ୍ଷା ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୋଲିସ ପକ୍ଷରୁ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

rajnath singh

ଅନ୍ୟପଟେ ଆଜି ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏଙ୍କ ଦୁଇଟି ସ୍ଥାନରେ କାର୍ଯ୍ୟକ୍ରମ ରହିଛି । ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଅସେନ୍ତାକାଲି ଅର୍ଥାତ୍ ମେ ୯ରେ ଓଡିଶା ଆସିବେ । ସେ ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲ୍ଲିକୋଟରେ ନିର୍ବାଚନୀ ସଭାରେ ଉଦବୋଧନ ଦେବେ । ୯ରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ପୁରୀର କୃଷ୍ଣପ୍ରସାଦରେ ବିରାଟ ସମାବେଶ କରିବାର ମଧ୍ୟ ରହିଛି କାର୍ଯ୍ୟକ୍ରମ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+