ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ; ଗିରଫ ଭୟରେ ଜୀବନ ହାରିବା ଉଦ୍ୟମ କରୁଥିଲେ ଅଭିଯୁକ୍ତ

ଗିରଫ ଭୟରେ ବିଷ ପିଇଦେଲେ । ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ମାମଲାରେ ବିଷ ପିଇ ଯୁବକଙ୍କ ଜୀବନ ହାରିବା ଉଦ୍ୟମ । ମାନସିକ ଭାରସାମ୍ୟ ହରାଇ ବିଷ ପିଇଥିବା ସୂଚନା ମିଳିଛି ।

ଗୁରୁତର ଅବସ୍ଥାରେ ଅଭିଯୁକ୍ତଙ୍କୁ ଯାଜପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୋଲିସ ହେପାଜତରେ ଅନିଲର ଚିକିତ୍ସା ଚାଲିଛି । ଅସଦାଚରଣ ଅଭିଯୋଗକୁ ଖଣ୍ଡନ କରିଛି ଅଭିଯୁକ୍ତ ଅନିଲ । ଏଥିରେ ସମ୍ପୃକ୍ତ ଅନ୍ୟ ଜଣଙ୍କୁ ଏବେବି ଖୋଜୁଛି ପୋଲିସ ।

ସୂଚନା ଅନୁସାରେ ଯାଜପୁରର ଦଶରଥପୁର ଥାନା ଅଧୀନସ୍ତ ତରାଙ୍ଗ ସାଗରପୁର ଗ୍ରାମର ଯୁବତୀ ତାଙ୍କ ବାପାଙ୍କ ଶ୍ରାଦ୍ଧ ପ୍ରଦାନ ପାଇଁ ଆସିଥିବା ବେଳେ ତାଙ୍କ ସହ ଆସିଥିଲେ ତାଙ୍କ ଦିଲ୍ଲୀ ବାନ୍ଧବୀ । ଉଭୟ ଦିଲ୍ଲୀରେ ପାଠ ପଢ଼ୁଥିବା ବେଳେଯୁବତୀଙ୍କ ସହ ତାଙ୍କ ବାନ୍ଧବୀ ଓଡିଶା ବୁଲିବାକୁ ଆସିଥିଲେ । ଗତକାଲି (ଜୁନ ୨୩) ସନ୍ଧ୍ୟା ସମୟରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ମନ୍ଦିର ଦର୍ଶନ ପାଇଁ ଆସିଥିଲେ ।

Delhi girl accused of misbehaving

ଦର୍ଶନ ସାରି ବସ ଯୋଗେ ଘରକୁ ଫେଉଥିବା ବେଳେ ଭଦ୍ରକ ପଡିଆ ସିମେଣ୍ଟ ଗୋଡାଉନ ପାଖରେ ଦୁଇ ଯୁବତୀଙ୍କୁ ଅନିଲ ଜେନା ଏବଂ ନୀତେଶ ଜେନା ନାମକ ଦୁଇ ଜଣ ଯୁବକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଏହି ଦୁଇ ଯୁବକ ଯୁବତୀଙ୍କ ବାନ୍ଧବୀଙ୍କୁ ଅଟକାଇ ଅସଭ୍ୟ ଭାଷା କହିବା ସହ ତାଙ୍କ ହାତ ଏବଂ ପିନ୍ଧି ଥିବା ବସ୍ତ୍ର କୁ ଟଣା ଓଟରା କରଥିବା ଅଭିଯୋଗ ହେଇଛି । ଅଭିଯୋଗ ପରେ ଦଶରଥପୁର ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ମାତ୍ର ବର୍ତ୍ତମାନ ଅନିଲ ଜେନା ପୋଲିସ ହେପାଜତରେ ରହିଥିବା ବେଳେ ଅନ୍ୟ ଜଣଙ୍କୁ ଦଶରଥପୁର ପୋଲିସ ଧରି ନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+