ରାଜ୍ୟରେ ଆଉ 25 ଜିଲ୍ଲା ପାଇଁ ମିଳିଛି ଦାବି ପତ୍ର
Monsoon Session: ରାଜ୍ୟରେ ଆଉ 25 ନୂଆ ଜିଲ୍ଲା ଗଠନ ନେଇ ଆସୁଛି ଦାବି ପତ୍ର । ଏହା ପରେ ସମସ୍ତ ମାନଦଣ୍ଡକୁ ବିଚାରକୁ ନେଇ ପ୍ରଚଳିତ ନୀତିନିୟମ ଆଧାରରେ ଉପଯୁକ୍ତ ସମୟରେ ନୂଆ ଜିଲ୍ଲା ଗଠନ କରିବା ପାଇଁ ଆସିଥିବା ଦାବି ଉପରେ ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବେ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ।
ପଦ୍ମପୁର ବିଧାନସଭା ଉପନିର୍ବାଚନବେଳେ 2023 ଡିସେମ୍ବର ଶେଷ ସୁଦ୍ଧା ପଦ୍ମପୁରକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିଲେ । ଏହା ପରେ ବର୍ତ୍ତମାନ ଆଉ 25 ଟି ଜିଲ୍ଲା ଗଠନ ନେଇ ଦାବି ପତ୍ର ମିଳିଛି ।

ବିଧାନସଭାରେ ବିଧାୟକ ସନ୍ତୋଷ ସିଂହ ସାଲୁଜା ଓ ମୋହନ ଚରଣ ମାଝୀଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି ଯେ, ରାଜ୍ୟରେ ନୂଆ ଜିଲ୍ଲା ଗଠନ ପାଇଁ ବିଭିନ୍ନ ଭାଗରୁ ଏକାଧିକ ଦାବି ପତ୍ରଗୁଡ଼ିକ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗକୁ ମିଳିଛି ।ଚଳିତ 2023-24 ବର୍ଷରେ ରାଜ୍ୟରେ ନୂଆ ରାଜସ୍ୱ ଜିଲ୍ଲା ଘୋଷଣା ପାଇଁ ବିଭିନ୍ନ ଦାବିପତ୍ରଗୁଡ଼ିକ ରାଜ୍ୟ ସରକାରଙ୍କ ହସ୍ତଗତ ହୋଇଛି । ପଦ୍ମପୁର ସମେତ ମୋଟ 26 ଟି ନୂଆ ଜିଲ୍ଲା ଗଠନ ପାଇଁ ଦାବିପତ୍ର ମିଳିଛି । ସେଥିରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 4 ଟି ଆସିଥିବାବେଳେ ମୟୂରଭଞ୍ଜ ଓ ଅନୁଗୁଳ ଜିଲ୍ଲାରୁ 3 ଟି ଲେଖାଏଁ, ସୁନ୍ଦରଗଡ଼, ବଲାଙ୍ଗିର, କଳାହାଣ୍ଡି, ବାଲେଶ୍ୱର ଓ କଟକରେ 2 ଟି ଲେଖାଏଁ ନୂଆ ଜିଲ୍ଲା ଗଠନ ପାଇଁ ଦାବି ହୋଇଛି ।
ନୂଆ ଜିଲ୍ଲା ଗଠନ ପାଇଁ ଆସିଥିବା ଦାବିଗୁଡ଼ିକ ମଧ୍ୟରେ ବରଗଡ଼ ଜିଲ୍ଲାର ପଦ୍ମପୁର, ଗଞ୍ଜାମ ଜିଲ୍ଲାର ଘୁମୁସର, ଋଷିକୁଲ୍ୟା(ଆସିକା), ବ୍ରହ୍ମପୁର ଓ ଭଞ୍ଜନଗର, କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ ଓ ଜୁନାଗଡ଼, ମୟୂରଭଞ୍ଜ ଜିଲ୍ଲାର ପଶ୍ଚିମ ମୟୂରଭଞ୍ଜ, ରାଇରଙ୍ଗପୁର ଓ ଖିଚିଂ, ସୁନ୍ଦରଗଡ଼ ଜିଲ୍ଲାର ବଣାଇ ଓ ରାଉରକେଲା, ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼ ଓ କଣ୍ଟାବାଞ୍ଜି, ଅନୁଗୁଳ ଜିଲ୍ଲାର ତାଳଚେର, ପାଲଲହଡ଼ା, ଆଠମଲ୍ଲିକ, ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ୱର, କଟକ ଜିଲ୍ଲାରୁ ଆଠଗଡ଼ ଓ ଚଣ୍ଡିଖୋଲ, ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, କେନ୍ଦୁଝର ଜିଲ୍ଲାର ଆନନ୍ଦପୁର, ବାଲେଶ୍ୱର ଜିଲ୍ଲାର ନୀଳଗିରି ଓ ସୋରୋ ଏବଂ ରାୟଗଡ଼ା ଜିଲ୍ଲାର ଗୁଣୁପୁରକୁ ନୂଆ ଜିଲ୍ଲାର ମାନ୍ୟତା ଦେବା ପାଇଁ ଦାବିପତ୍ର ରାଜସ୍ୱ ବିଭାଗକୁ ମିଳିଛି ବୋଲି ମନ୍ତ୍ରୀ ଶ୍ରୀ ମାର୍ଣ୍ଡି ସୂଚନା ଦେଇଛନ୍ତି । ଓଡ଼ିଶା ରାଜସ୍ୱ ପ୍ରଶାସନ(ୟୁନିଟ) ଆକ୍ଟ-1963 ଓ ସମସ୍ତ ମାନଦଣ୍ଡକୁ ବିଚାରକୁ ନେଇ ତଥା ପ୍ରଚଳିତ ନୀତିନିୟମ ଆଧାରରେ ଉପଯୁକ୍ତ ସମୟରେ ନୂଆ ଜିଲ୍ଲା ଗଠନ କରିବା ପାଇଁ ଆସିଥିବା ଦାବି ଉପରେ ସରକାର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବେ ବୋଲି ମନ୍ତ୍ରୀ ଶ୍ରୀ ମାର୍ଣ୍ଡି କହିଛନ୍ତି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications