ଖୋର୍ଦ୍ଧାରେ ଡେଙ୍ଗୁ ଆତଙ୍କ, ଗୋଟାଏ ଦିନରେ ୮୦ ରୋଗୀ ଚିହ୍ନଟ

ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଗତବର୍ଷ ତୁଳନାରେ ଏ ବର୍ଷ ଦୁଇ ଗୁଣା ବୃଦ୍ଧି ପାଇଛି । ବର୍ଷା ବଢିବା ସହିତ ଡେଙ୍ଗୁ ବି ବଢୁଛି । ଗୁରୁବାର ସୁଦ୍ଧା ରାଜ୍ୟରେ ୨୮୮ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ସେହି ଦିନ କେବଳ ୧୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । ୨୮୮ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୮୦ ଜଣ ଚିହ୍ନଟ ହୋଇଛନ୍ତି ।

Dengue panic

ସହରାଞ୍ଚଳରେ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଥିବାରୁ କଟକ, ଭୁବନେଶ୍ୱରକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ଆଗକୁ ବି ବର୍ଷା ଅଛି, ଏଣୁ ଅଧିକ ସତର୍କ ରହିବା ସହ ଅଧିକ ସଚେତନ କରିବାକୁ ପଦକ୍ଷେପ ମଧ୍ୟ ନିଆଯାଇଛି । ସମସ୍ତ ଜିଲ୍ଲା ଚିକିତ୍ସାଳୟକୁ ମଧ୍ୟ ନିର୍ଦ୍ଦେଶନାମା ଜାରି କରିଛି ସ୍ୱାସ୍ଥ୍ୟ ବିଭାଗ । ଯେହେତୁ ଟେଷ୍ଟ ସଂଖ୍ୟା ବଢାଯାଇଛି, ଏଣୁ ରୋଗୀ ମଧ୍ୟ ଅଧିକ ଚିହ୍ନଟ ହେଉଛନ୍ତି । ସେପଟେ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା । ଏଣୁ ବଢ଼ିପାରେ ଡେଙ୍ଗୁରୋଗୀଙ୍କ ସଂଖ୍ୟା ।

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଇପାରେ ।ସେହିପର ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି ।

ଅନ୍ୟପଟେ ୩୦ ତାରିଖ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି ।ଲଘୁଚାପ ପ୍ରଭାବରେ ସମୁଦ୍ର ମଧ୍ୟ ଅଶାନ୍ତ ରହିବ । ୩ ଦିନ ପର୍ଯ୍ୟନ୍ତ ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ତେବେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଏସବୁ ଜିଲ୍ଲାର କିଛି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+